Advertisment

ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ୭୨ ବିଧାନସଭା ଓ ୯ ଲୋକସଭା ପ୍ରାର୍ଥୀଙ୍କ ନାଁ ଘୋଷଣା

ଖୋଦ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ଉଭୟ ବିଧାନସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ଅଦ୍ୟତନ ହୋଇଛି
undefined

Naveen Pattnayak

Advertisment

 ସାଧାରଣ ନିର୍ବାଚନ ପାଇଁ ବିଜେଡି ଆଜି ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଦୀର୍ଘ ୧୫ଦିନ ପରେ ଭିଡିଓ ମାଧ୍ୟମରେ ଗଣମାଧ୍ୟମକୁ ଆସି ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ନିଜର ଦଳୀୟ ପ୍ରାର୍ଥୀ ଘୋଷଣା କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଦଳ ୭୨ ବିଧାନସଭା ଓ ୯ ଲୋକସଭା ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ।

Advertisment

ଆଜି ଘୋଷଣା ହୋଇଥିବା ବିଧାନସଭା ପ୍ରାର୍ଥୀ ତାଲିକାରେ ଦଳ ୯୦ ପ୍ରତିଶତ ପ୍ରାର୍ଥୀଙ୍କୁ ରିପିଟ୍ କରିଛି ଦଳ। ବିଜେପିର ବଢ଼ୁଥିବା ଲୋକପ୍ରିୟତା ଓ ଦଳୀୟ କନ୍ଦଳକୁ ଦେଖି ପ୍ରାର୍ଥୀ ତାଲିକାରେ ବିଜେଡି ବିଶେଷ ପରିବର୍ତ୍ତନ କରିବାକୁ ସାହାସ କରିପାରିନି ।

ନବୀନ ଯେଉଁ ୭୨ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ସେଥିରେ ଗୁଣୁପୁର ବିଧାନସଭାରୁ ରଘୁନାଥ ଗମାଙ୍ଗ, ବିଷମ କଟକ- ଜଗନ୍ନାଥ ସାରକା, ରାୟଗଡ଼ାରୁ ଅନୁସୟା ମାଝୀ, ବରଗଡ଼ରୁ ଦେବେଶ ଆଚାର୍ଯ୍ୟ, ବିଜେପୁରରୁ ରୀତା ସାହୁ, ଅତାବିରାରୁ ସ୍ନେହାଙ୍ଗିନୀ ଛୁରିଆ, ଭଟଲୀରୁ ସୁଶାନ୍ତ ସିଂ, ଜଳେଶ୍ୱରରୁ ଅଶ୍ୱିନୀ ପାତ୍ର, ବସ୍ତାରୁ ସୁବାସିନୀ ଜେନା, ଭଣ୍ଡାରୀପୋଖରୀରୁ ସଞ୍ଜିବ ମଲ୍ଲିକ, ଚାନ୍ଦବାଲିରୁ ବ୍ୟୋମକେଶ ରାୟ, ଭଦ୍ରକରୁ ପ୍ରଫୁଲ୍ଲ ସାମଲ, ବାସୁଦେବପୁରରୁ ବିଷ୍ଣୁବ୍ରତ ରାଉତ, ଧାମନଗରରୁ ସଞ୍ଜୟ ଦାସ, ବିଞ୍ଝାରପୁରରୁ ପ୍ରମିଳା ମଲ୍ଲିକ, ଧର୍ମଶାଳାରୁ ପ୍ରଣବ ବଳବନ୍ତରାୟ, ଯାଜପୁରରୁ ସୁଜାତା ସାହୁ, ସୁକିନ୍ଦାରୁ ପ୍ରୀତିରଞ୍ଜନ ଘଡ଼େଇ, ଢେଙ୍କାନାଳରୁ ସୁଧୀର ସାମଲ, କାମାକ୍ଷାନଗରରୁ ପ୍ରଫୁଲ୍ଲ ମଳ୍ଲିକ, ପରଜଙ୍ଗରୁ ନୃସିଂହ ସାହୁ, ପାଲଲହଡ଼ାରୁ ମୁକେଶ ପାଲ, ଛେଣ୍ଡିପଦାରୁ ସୁଶାନ୍ତ ବେହେରା, ସୋନପୁରରୁ ନିରଞ୍ଜନ ପୂଜାରୀ, ଲୋଇସିଂହାରୁ ନିହାରରଞ୍ଜନ ବେହେରା,ପାଟଣାଗଡ଼ରୁ ସରୋଜ ମେହେରଙ୍କୁ ପ୍ରାର୍ଥୀ କରିଛି ଦଳ।

Advertisment

 ବଲାଙ୍ଗିରରୁ କଳିକେଶ ନାରାୟଣ ସିଂହଦେଓ, ଟିଟିଲାଗଡ଼ରୁ ଟୁକୁନି ସାହୁ, ନୂଆପଡ଼ାରୁ ରାଜେନ୍ଦ୍ର ଢ଼ୋଲକିଆ, ଉମରକୋଟରୁ ମାମିନା ନାୟକ,ଝରିଗାଁରୁ ରମେଶଚନ୍ଦ୍ର ମାଝୀ, ନବରଙ୍ଗପୁରରୁ କୌଶଲ୍ୟା ପ୍ରଧାନୀ, ଡାବୁଗାଁରୁ ମନୋହର ରନ୍ଧାରୀ, ଲାଞ୍ଜିଗଡ଼ରୁ ପ୍ରଦୀପ ଦିଶାରୀ, ଜୁନାଗଡ଼ରୁ ଦିବ୍ୟଶଙ୍କର ମିଶ୍ର, ଧର୍ମଗଡ଼ରୁ ପୁଷ୍ପେନ୍ଦ୍ର ସିଂହଦେଓ, ଭବାନୀପାଟଣାରୁ ଲତିକା ନାୟକ, ଜି.ଉଦୟଗିରିରୁ ସାଲୁଗା ପ୍ରଧାନ, କଣ୍ଟାମାଳରୁ ମହୀଧର ରଣା, ବୌଦ୍ଧରୁ ପ୍ରଦୀପ ଅମାତ ବିଜେଡି ପ୍ରାର୍ଥୀ ହୋଇଛନ୍ତି। 

ବଡ଼ମ୍ବାରୁ ଦେବୀପ୍ରସାଦ ମିଶ୍ର,ବାଙ୍କିରୁ ଦେବୀରଞ୍ଜନ ତ୍ରିପାଠୀ, ଆଠଗଡ଼ରୁ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚୌଦ୍ୱାରରୁ ସୌଭିକ ବିଶ୍ୱାଳ, କଟକ ସଦରରୁ ଚନ୍ଦ୍ରସାରଥୀ ବେହେରା, ନିଆଳିରୁ ପ୍ରମୋଦ ମଲ୍ଲିକ, ପାଟକୁରାରୁ ଅରବିନ୍ଦ ମହାପାତ୍ର, ଆଳିରୁ ପ୍ରତାପ କେଶରୀ ଦେବ, ମହାକାଳପଡ଼ାରୁ ଅତନୁ ସବ୍ୟସାଚୀ ନାୟକ, ରାଜନଗରରୁ ଧ୍ରୁବ ସାହୁ, ପୁରୀରୁ ସୁନୀଲ ମହାନ୍ତି, ବ୍ରହ୍ମଗିରିରୁ ଉମାକାନ୍ତ ସାମନ୍ତରାୟ, ସତ୍ୟବାଦୀରୁ ସଞ୍ଜୟ ଦାସବର୍ମା, ପିପିଲିରୁ ରୁଦ୍ରପ୍ରତାପ ମହାରଥୀ ବିଜେଡି ଟିକେଟରୁ ନିର୍ବାଚନ ଲଢ଼ିବେ ।

ଜଟଣୀରୁ ବିଭୂତିଭୂଷଣ ବଳବନ୍ତରାୟ, ରଣପୁରରୁ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲାରୁ ରମେଶଚନ୍ଦ୍ର ବେହେରା, ନୟାଗଡ଼ରୁ ଅରୁଣ କୁମାର ସାହୁ, ଭଞ୍ଜନଗରରୁ ବିକ୍ରମ କେଶରୀ ଆରୁଖ, ପୋଲସରାରୁ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗରରୁ ଲତିକା ପ୍ରଧାନ, ଛତ୍ରପୁର-ସୁବାସଚନ୍ଦ୍ର ବେହେରା, ସୋରଡ଼ା-ସଂଘମିତ୍ରା ସ୍ୱାଇଁ, ହିଞ୍ଜିଳିରୁ ନବୀନ ପଟ୍ଟନାୟକ, ଗୋପାଳପୁରରୁ  ବିକ୍ରମ କୁମାର ପଣ୍ଡା, ଦିଗପହଣ୍ଡିରୁ ବିପ୍ଲବ ପାତ୍ର, ଚିକିଟିରୁ ଚିନ୍ମୟସୁନ୍ଦର,କୋଟପାଡ଼ରୁ ଚନ୍ଦ୍ରଶେଖର ମାଝୀ, ମାଲକାନଗିରି-ମାନସ ମାଡ଼କାମୀ, କୋରାପୁଟରୁ ରଘୁରାମ ପୋଡ଼ାଲ, ଘସିପୁରାରୁ ବଦ୍ରିନାରାୟଣ ପାତ୍ର, ପାଟଣାରୁ ଜଗନ୍ନାଥ ନାଏକଙ୍କୁ ମିଶାଇ ମୋଟ ୭୨ ଜଣ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ।

ସେହିପରି ଲୋକସଭା ପ୍ରାର୍ଥୀ ଭାବେ କଳାହାଣ୍ଡି-ଲମ୍ବୋଦର ନିଆଲ, ସମ୍ବଲପୁରରୁ ପ୍ରଣବପ୍ରକାଶ ଦାସ, ସୁନ୍ଦରଗଡ଼ରୁ ଦିଲ୍ଲୀପ ତିର୍କୀ, ମୟୂରଭଞ୍ଜରୁ ସୁଦାମ ମାର୍ଣ୍ଡି, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ କୁମାର ମାଝୀ, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ହିକକା, ଆସିକାରୁ ରଞ୍ଜିତା ସାହୁଙ୍କୁ ମିଶାଇ ମୋଟ ୯ଟି ଲୋକସଭା ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିଛି ।

BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe