Advertisment

ପିପିଲି ଉପନିର୍ବାଚନ: ବିଜେପି ପରେ ବିଜେଡି ଘୋଷଣା କଲା ପ୍ରାର୍ଥୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଶେଷରେ ପିପିଲି ଉପନିର୍ବାଚନ ପାଇଁ ଆଜି ବିଜେଡି ତା’ର ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ସ୍ୱର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ଦଳ ପ୍ରାର୍ଥୀ କରିଛି। ଏହା ସହିତ ଦଳ କାହାକୁ ପ୍ରାର୍ଥୀ କରିବ ବୋଲି ବେଶ୍ କିଛି ମାସ ଧରି ଚାଲିଥିବା ଚର୍ଚ୍ଚାର ଅନ୍ତ ଘଟିଛି। ଗତକାଲି ଏହି ଆସନ ପାଇଁ ବିଜେପି ତା’ର ପ୍ରାର୍ଥୀ ଘୋଷଣା କରିଥିଲା। ଦଳ ଏଠାରୁ ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି। […]

author-image
Jitendra Garnayak
ଅଦ୍ୟତନ ହୋଇଛି
ପିପିଲି ଉପନିର୍ବାଚନ: ବିଜେପି ପରେ ବିଜେଡି ଘୋଷଣା କଲା ପ୍ରାର୍ଥୀ

bjd

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଶେଷରେ ପିପିଲି ଉପନିର୍ବାଚନ ପାଇଁ ଆଜି ବିଜେଡି ତା’ର ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ସ୍ୱର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ଦଳ ପ୍ରାର୍ଥୀ କରିଛି। ଏହା ସହିତ ଦଳ କାହାକୁ ପ୍ରାର୍ଥୀ କରିବ ବୋଲି ବେଶ୍ କିଛି ମାସ ଧରି ଚାଲିଥିବା ଚର୍ଚ୍ଚାର ଅନ୍ତ ଘଟିଛି।

Advertisment

ଗତକାଲି ଏହି ଆସନ ପାଇଁ ବିଜେପି ତା’ର ପ୍ରାର୍ଥୀ ଘୋଷଣା କରିଥିଲା। ଦଳ ଏଠାରୁ ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି। ସେ ଆଜି ନାମାଙ୍କନ ମଧ୍ୟ ଦାଖଲ କରିସାରିଛନ୍ତି।

ଗତବର୍ଷ ଅକ୍ଟୋବର ମାସରେ ପ୍ରଦୀପ ମହାରଥୀଙ୍କ ପରଲୋକ ପରଠାରୁ ପିପିଲି ବିଧାନସଭା ଆସନଟି ଖାଲିପଡ଼ିଛି। ସ୍ୱର୍ଗତ ମହାରଥୀଙ୍କ ପତ୍ନୀ ଓ ପୁତ୍ର ଉଭୟ ନିର୍ବାଚନ ଲଢ଼ିବାକୁ ଇଚ୍ଛୁକ ଥିଲେ। ଟିକେଟ୍ ପାଇବା ନେଇ ତାଙ୍କ ପରିବାରରେ ମତାନ୍ତର ମଧ୍ୟ ହୋଇଥିବା ଖବର ଆସିଥିଲା। ପ୍ରଦୀପ ମହାରଥୀଙ୍କ ଭାଇ ପୁତୁରା ରୁଦ୍ରଙ୍କ ସପକ୍ଷରେ ମଧ୍ୟ ଯୁକ୍ତି ବାଢ଼ିଥିଲେ। ତେବେ ଶେଷରେ ଦଳ ରୁଦ୍ରଙ୍କ ଉପରେ ଭରସା କରିଛି।

Advertisment

ରୁଦ୍ର ପ୍ରଥମ ଥର ପାଇଁ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ବେଳେ ୨୦୧୯ ନିର୍ବାଚନରେ ପ୍ରଦୀପ ମହାରଥୀଙ୍କ ବିରୋଧରେ ଲଢ଼ି ସାରିଛନ୍ତି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ। ସେହି ନିର୍ବାଚନରେ ଆଶ୍ରିତ ୭୨,୭୩୧ ଖଣ୍ଡ ଭୋଟ ପାଇଥିଲା। ତେବେ ବିଜେଡି ପ୍ରାର୍ଥୀ ପ୍ରଦୀପ ମହାରଥୀ ୮୮,୫୧୮ ଖଣ୍ଡ ଭୋଟ୍ ପାଇ ବିଜୟୀ ହୋଇଥିଲେ। ୧୫,୭୮୭ ଭୋଟରେ ଆଶ୍ରିତ ପରାସ୍ତ ହୋଇଥିଲେ। ଅନ୍ୟପକ୍ଷରେ କଂଗ୍ରେସ ଏଯାଏ ତା’ର ପ୍ରାର୍ଥୀ ଘୋଷଣା କରି ନାହିଁ।

ସୂଚନାଯୋଗ୍ୟ, ଆସନ୍ତା ଏପ୍ରିଲ ୧୭ତାରିଖରେ ପିପିଲି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ ।

Pipili By-election