Advertisment

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ

ମମତା ମହାନ୍ତ ‘X’ ଲେଖିଛନ୍ତି, ମୁଁ ଆଜି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି। ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇ ଦେଇଛି।

author-image
Manoranjan Sial
ଅଦ୍ୟତନ ହୋଇଛି
Mamata Mohanta

Mamata Mohanta

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ। ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ ସୂଚନା ଦେଇଛନ୍ତି। ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ମମତା। କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ପରିତିଚ ଥିଲେ। ରାଜ୍ୟସଭାରୁ ଇସ୍ତଫା ପରେ ବିଜେଡି ଉପରେ ଅସନ୍ତୋଷ ଝାଡ଼ିଛନ୍ତି ମମତା। ଏନେଇ ସୋଶାଲ୍‌ ମିଡିଆରେ ଲେଖିଛନ୍ତି।

Advertisment

ସେପଟେ ମମତା ମହାନ୍ତ ‘X’ ଲେଖିଛନ୍ତି, ମୁଁ ଆଜି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି। ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇ ଦେଇଛି। ମୋତେ ଜିଲ୍ଲା ପରିଷଦର ସଦସ୍ୟ ଓ ରାଜ୍ୟସଭାର ସଦସ୍ୟ ଭାବେ ସେ ମନୋନୀତ କରି ମୋର ଜିଲ୍ଲା ମୟୂରଭଞ୍ଜ ଏବଂ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲେ ବୋଲି ମମତା ଲେଖିଛନ୍ତି।

Advertisment

ଆଉ ଏକ ପୋଷ୍ଟରେ ସେ ଲେଖିଛନ୍ତି, ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ। ମୁଁ ଯେହେତୁ ଲୋକଙ୍କ ନେତା। ତେଣୁ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ। ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲିନାହିଁ। ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଓ ରାଜ୍ୟସଭା ସଭ୍ୟ ପଦରୁ ଇସ୍ତଫା ଦେଲି ବୋଲି ମମତା ଲେଖିଛନ୍ତି।

କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ବେଶ୍‌ ପରିଚିତ ଥିଲେ ମମତା ମହାନ୍ତ। ନିଜ ସମ୍ପ୍ରଦାୟ ପାଇଁ ଅନେକ କାର୍ଯ୍ୟ କରିଛନ୍ତି। ଏହି ସମ୍ପ୍ରଦାୟରେ ମୟୂରଭଞ୍ଜ ଓ ପଡ଼ୋଶୀ କେନ୍ଦୁଝରରେ ବହୁ ଲୋକ ଅଛନ୍ତି। ଆଗାମୀ ଦିନରେ ଏହା ବିଜେଡି ପାଇଁ ମହଙ୍ଗା ପଡ଼ିପାରେ ବୋଲି ଚର୍ଚ୍ଚା ହେଉଛି। 

BjD