୨୦୨୪ ଫାଇଟ୍ ପାଇଁ ରଣନୀତି ପ୍ରସ୍ତୁତ କଲା ବିଜେପି। ଆଜି ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ତାଲିକା ଘୋଷଣା କରିଛି ଦଳ। ବିଜୟ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇ ଥିବାବେଳେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ଉତ୍ତର ପ୍ରଦେଶ ଦାୟିତ୍ୱ।
Also Read
ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶା ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ୨୦୧୪ ନିର୍ବାଚନରେ ଉତ୍ତର ପ୍ରଦେଶ ପ୍ରଭାରୀ ଦାୟିତ୍ୱ ତୁଲାଇ ଥିଲେ ଅମିତ ଶାହ। ଏହାପରେ ୨୦୧୯ରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଉ ଏବେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦେଶର ସର୍ବବୃହତ୍ତ ଜନସଂଖ୍ୟା ବିଶିଷ୍ଟ ରାଜ୍ୟ ଉତ୍ତର ପ୍ରଦେଶ ଦାୟିତ୍ୱ ମିଳିଛି।
ସେହିପରି, କେରଳ ପ୍ରଭାରୀ ଭାବେ ପ୍ରକାଶ ଜାଭେଦକରଙ୍କୁ ନିଯୁକ୍ତ କରାଯାଇ ଥିବାବେଳେ ପଞ୍ଜାବରେ ବିଜୟ ରୂପାଣୀ ଓ ନରିନ୍ଦର ସିଂହଙ୍କୁ ପ୍ରଭାରୀ ଦାୟିତ୍ୱ ମିଳିଛି। ତାମିଲନାଡୁର ଅରବିନ୍ଦ ମେନନ ଓ ସୁଧାକର ରେଡ୍ଡୀ, ପଶ୍ଚିମବଙ୍ଗର ମଙ୍ଗଲ ପାଣ୍ଡେ, ଅମିତ ମାଲବ୍ୟ ଏବଂ ଆଶା ଲକଡ଼ାଙ୍କୁ ପ୍ରଭାରୀ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Politics
‘ପାର୍ଟି ଧୀରେ ଧୀରେ ବନ୍ଦ ହୋଇଗଲାଣି, ଏବେ ହୋଟେଲ ଚଲେଇବେ’
ପାର୍ଟିର କାମ ଆଉ କିଛି ନାହିଁ। ତେଣୁ ସେମାନେ ସେଟାକୁ ହୋଟେଲରେ ପରିଣତ କରି ଦେଲେ। କ’ଣ ହୋଇଗଲା ସେଠୁ? ବିଚରାମାନଙ୍କୁ ଧନ୍ୟବାଦ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।