ପିପିଲି ଉପନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା, ଜାଣନ୍ତୁ କାହା କାହା ନାମ ରହିଛି  

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିପିଲି ଉପନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି। ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଦେଇଛି ବିଜେପି । ତାଲିକାରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ନାଁ ରହିଛି । ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ଅଛନ୍ତି। ବିଜେପି ସହପ୍ରଭାରୀ ବିଜୟପାଲ […]

nio

nio

Tapas Behera
  • Published: Tuesday, 30 March 2021
  • Updated: 30 March 2021, 02:48 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିପିଲି ଉପନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି। ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଦେଇଛି ବିଜେପି । ତାଲିକାରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ନାଁ ରହିଛି ।

ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ଅଛନ୍ତି। ବିଜେପି ସହପ୍ରଭାରୀ ବିଜୟପାଲ ସିଂ ତୋମାର, ସାଂସଦ ଜୁଏଲ ଓରାମଙ୍କ ସହ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ନାଁ ଷ୍ଟାର ପ୍ରଚାରକ ତାଲିକାରେ ରହିଛି ।

ବରିଷ୍ଠ ବିଜେପି ନେତା କନକ ବର୍ଦ୍ଧନ ସିଂହ ଦେଓ, ବିଜୟ ମହାପାତ୍ର, ସମ୍ବିତ ପାତ୍ରଙ୍କ ନାଁ ମଧ୍ୟ ତାଲିକାରେ ରହିଛି । ସେହିପରି ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଜେପି ସାଂସଦ ବସନ୍ତ ପଣ୍ଡା, ବରିଷ୍ଠ ବିଜେପି ନେତା ସୁରେଶ ପୂଜାରୀ, ବରିଷ୍ଠ ନେତା ପୃଥ୍ୱୀରାଜ ହରିଚନ୍ଦନ,ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତ ସିଂହାର, ପ୍ରକାଶ ମିଶ୍ରଙ୍କ ନାଁ ଷ୍ଟାର୍ ପ୍ରଚାରକ ତାଲିକାରେ ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos