Advertisment

ବିଜେପିର ନିର୍ବାଚନୀ ପ୍ରତିଶ୍ରୁତି: ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀମାନଙ୍କୁ ସମସ୍ତ ଦୁର୍ବଳ ନଦୀ ବନ୍ଧ ଗୁଡ଼ିକର ତୁରନ୍ତ ସୁଦୃଢ଼ୀକରଣ ସହ ବନ୍ୟା ସମୟରେ ସଜାଗ ରହି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

BJP Flag

BJP Flag

Advertisment

ରାଜ୍ୟରେ କ୍ଷମତାସୀନ ବିଜେପି ସରକାର ନିଜର ନିର୍ବାଚନୀ ପ୍ରତିଶ୍ରୁତି ପାଳନ ପାଇଁ ଜଳସମ୍ପଦ ବିଭାଗରେ ୪ଟି ବୈଷୟିକ କମିଟି ଗଠନ କରିବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସଂକ୍ରାନ୍ତ ସମୀକ୍ଷା ବୈଠକରେ ଏହି ନିର୍ଦ୍ଦେଶ ଦେଇଛନ୍ତି । ମୋହନ ସରକାରର ୧୦୦ଦିନର କାର୍ଯ୍ୟକ୍ରମ ଆଧାରରେ ଏହି ବୈଷୟିକ କମିଟିକୁ ନିଜର ରିପୋର୍ଟ ଦେବାକୁ କୁହାଯାଇଛି ।

Advertisment

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀମାନଙ୍କୁ ସମସ୍ତ ଦୁର୍ବଳ ନଦୀବନ୍ଧଗୁଡ଼ିକର ତୁରନ୍ତ ସୁଦୃଢ଼ୀକରଣ ସହ ବନ୍ୟା ସମୟରେ ସଜାଗ ରହି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାବ୍ୟତୀତ ଜଳସମ୍ପଦ ବିଭାଗର ବିଭିନ୍ନ ଯୋଜନା ଅଧୀନରେ ଚାଲୁ ରହିଥିବା କାର୍ଯ୍ୟ ସମ୍ପର୍କରେ ସବିଶେଷ ସମୀକ୍ଷା କରି ଧାର୍ଯ୍ୟ ଅବଧି ମଧ୍ୟରେ ପ୍ରକଳ୍ପଗୁଡ଼ିକ ସମ୍ପୂର୍ଣ୍ଣ କରିବାକୁ ମଧ୍ୟ କହିଛନ୍ତି ।

ବିଜେପି ନିଜର ନିର୍ବାଚନୀ ଇସ୍ତାହାରରେ ଜଳସମ୍ପଦ ବିଭାଗ ସହ ଜଡ଼ିତ ୪ଟି ପ୍ରମୁଖ ପ୍ରତିଶ୍ରୁତି ଦେଇଥିଲା । ସେଗୁଡ଼ିକ ହେଲା- ଉତ୍ତମ ବନ୍ୟା ନିୟନ୍ତ୍ରଣ ଓ ପରିଚାଳନା ପାଇଁ ନୀତି ନିର୍ଦ୍ଧାରଣ, ମହାନଦୀର ପୁନରୁଦ୍ଧାର ଓ ରୁଲ କର୍ଭର ସମୀକ୍ଷା, ଜଳ ସଂରକ୍ଷଣ ନୀତି ପ୍ରସ୍ତୁତ କରିବା ଓ ଆନ୍ତଃ ନଦୀ ଜଳପଥର ଉନ୍ନତିକରଣ ଓ ସମୟାନୁକ୍ରମିକ ଜଳଭଣ୍ଡାରରୁ ପଟୁ ଉଦ୍ଧାର ଓ ଖନନ ଆଦି ପାଇଁ ବୈଷୟିକ କମିଟି ଗଠନ କରାଯାଇ ୧୦୦ଦିନ ମଧ୍ୟରେ ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Advertisment

ଏହି ବୈଠକରେ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ପାଖରେ ଜଳସମ୍ପଦ ବିଭାଗ ରଖିଛନ୍ତି ।

Bjp State Bjp Mohan Charan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe