କାଲି ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଆସନ୍ତାକାଲି ଅପରାହ୍ନ ୪ଟାରେ ଝାରସୁଗୁଡ଼ାରେ ପହଞ୍ଚିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା।

J P Nadda

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

Jitendra Garnayak
  • Published: Wednesday, 21 June 2023
  • Updated: 21 June 2023, 02:36 PM IST

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ଓଡ଼ିଶା ଗସ୍ତ ଚୂଡ଼ାନ୍ତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର। ଆସନ୍ତାକାଲି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଶ୍ରୀ ନଡ୍ଡା।

ଆସନ୍ତାକାଲି ଅପରାହ୍ନ ୪ଟାରେ ଝାରସୁଗୁଡ଼ାରେ ପହଞ୍ଚିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ସେଠାରେ ବରଗଡ଼ ଲୋକସଭା କ୍ଷେତ୍ରର କର୍ମକର୍ତ୍ତାଙ୍କ ସହ ସେ ବୈଠକ କରିବେ। ତା’ପରେ ବୁର୍ଲା ଯାଇ ସେଠାରେ ରାତ୍ରଯାପନ କରିବେ।

Also Read

୨୩ ତାରିଖରେ କଳାହାଣ୍ଡି ଜିଲ୍ଲାକୁ ଗସ୍ତ କରିବେ ଜେ.ପି ନଡ୍ଡା। ହେଲିକପ୍ଟର ଯୋଗେ ସେ ସେଠାକୁ ଯିବେ। ଭବାନୀପାଟଣାରେ ଦିନ ୧୧ଟାରେ ସେ ପହଞ୍ଚି ପ୍ରଥମେ ମା’ ମାଣିକେଶ୍ୱରୀଙ୍କୁ ଦର୍ଶନ କରିବେ। ପରେ ଲାଲବାହାଦୂର ଷ୍ଟାଡିୟମରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ନଡ୍ଡା।

ଏହାପରେ ସର୍କିଟ ହାଉସରେ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିବିଶେଷ ଓ ବୁଦ୍ଧିଜୀବୀଙ୍କୁ ଭେଟିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଶେଷରେ ଭବାନୀପାଟଣା ଟାଉନ ହଲରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos