Advertisment

୨୦୨୪ ରୋଡ୍ ମ୍ୟାପ୍ : ସବୁ ସାଂଗଠନିକ ଜିଲ୍ଲାରେ ଗୋଟିଏ ଦିନରେ ବସିଲା ବିଜେପିର କାର୍ଯ୍ୟକାରିଣୀ ବୈଠକ

କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ଓଡ଼ିଶା ପାଇଁ ଦେଉଥିବା ସମସ୍ତ କେନ୍ଦ୍ରୀୟ ଯୋଜନାର ଲାଭ କିଭଳି ଓଡ଼ିଶା ଲୋକ ପାଇବେ ଓ ବିଜେପି ଏହାକୁ ନେଇ ଜନସାଧାରଣଙ୍କୁ ଅବଗତ କରାଯିବା ପାଇଁ ଆଜି ଅନୁଷ୍ଠିତ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

author-image
Ordigital Desk
ଅଦ୍ୟତନ ହୋଇଛି
BJP

BJP

୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଆଜି ରାଜ୍ୟ ବିଜେପି ନିଜର ସବୁ ସାଂଗଠନିକ ଜିଲ୍ଲାରେ ଗୋଟିଏ ଦିନରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ କରିଥିଲା । ରାଜ୍ୟ କାର୍ଯ୍ୟକାରିଣୀରେ ପ୍ରସ୍ତୁତ ହୋଇଥିବା ଦୁଇ ସୂତ୍ରୀ କାର୍ଯ୍ୟକ୍ରମକୁ ତୃଣମୂଳସ୍ତରରେ ପହଂଚାଇବା ଉଦ୍ଦେଶ୍ୟରେ ଏହି ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ରାଜ୍ୟବ୍ୟାପୀ ସବୁ ସାଂଗଠନିକ ଜିଲ୍ଲାରେ ହୋଇଥିବା ଜଣାପଡ଼ିଛି।

Advertisment

ଦଳ ପକ୍ଷରୁ ଜାରି ସୂଚନା ଅନୁସାରେ, ଆଜି ରାଜ୍ୟର ସମସ୍ତ ସାଂଗଠନିକ ଜିଲ୍ଲାରେ ଏକକାଳୀନ କାର୍ଯ୍ୟକାରିଣୀ ବୈଠକ ବସି ତୃଣମୂଳ ସ୍ତରରେ ବୁଥକୁ ସଶକ୍ତ ଓ ସକ୍ରିୟ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଓଡ଼ିଶାରେ ବିଜେଡିର ଅପାରଗ, ଭ୍ରଷ୍ଟାଚାର ଓ ଗରିବ ବିରୋଧୀ କାର୍ଯ୍ୟକ୍ରମ ବିରୋଧରେ ତୃଣମୂଳ ସ୍ତରରେ ରାଜନୈତିକ ଲଢ଼େଇ କରାଯିବ । କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ଓଡ଼ିଶା ପାଇଁ ଦେଉଥିବା ସମସ୍ତ କେନ୍ଦ୍ରୀୟ ଯୋଜନାର ଲାଭ କିଭଳି ଓଡ଼ିଶା ଲୋକ ପାଇବେ ଓ ବିଜେପି ଏହାକୁ ନେଇ ଜନସାଧାରଣଙ୍କୁ ଅବଗତ କରାଯିବା ପାଇଁ ଆଜି ଅନୁଷ୍ଠିତ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ଆଜିର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି, ବେକାରୀ ସମସ୍ୟା, ଚାଷୀ ଓ ଚାଷ ସମସ୍ୟା, ଶକ୍ଷା ସମସ୍ୟା, ଦୁର୍ନୀତି ଓ ଭ୍ରଷ୍ଟାଚାର, ପ୍ରଧାନମନ୍ତ୍ରୀ ଆବାସ ବଂଟନରେ ଅନିୟମତତା, ମହିଳାଙ୍କ ଆର୍ôଥକ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ଅବଦାନ, ସ୍ୱାସ୍ଥ୍ୟ ସେବା ଓ ପାନୀୟ ଜଳ, ଆଦିବାସୀ-ଦଳୀତଙ୍କୁ ଅଣଦେଖା, ଓବିସି ବର୍ଗଙ୍କୁ ଅବହେଳା, ସମବାୟ ସଂସ୍ଥାର ଅଚଳାବସ୍ଥା ସମେତ ସ୍ଥାନୀୟ ସମସ୍ୟାକୁ ନେଇ ରାଜନୈତିକ ଚିଠା ପ୍ରସ୍ତାବକୁ ଆଗତ ହୋଇଥିଲା ।

Advertisment

ସେହିପରି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମାଗଣା ଚାଉଳ ପ୍ରଦାନ,ଓଡ଼ିଶାକୁ ୨୮ଲକ୍ଷରୁ ଊର୍ଦ୍ଧ୍ୱ ପ୍ରଧାନମନ୍ତ୍ରୀ ଆବାସ, ଏସଏଚଜି ସୁଧଛାଡ, ଜାତୀୟ ରାଜପଥ ଓ ରେଳସେବା କ୍ଷେତ୍ରରେ ଓଡ଼ିଶାକୁ ଅଗ୍ରାଧିକାର, ଜି-୨୦ସମ୍ମିଳନୀ ପାଇଁ ଓଡ଼ିଶାକୁ ଗୁରୁତ୍ୱ, ୫ଜି ନେଟୱାର୍କ ସେବା ପ୍ରଚଳନ, ପ୍ରଧାନମନ୍ତ୍ରୀ ଖଣିଜ କ୍ଷେତ୍ରୀୟ କଲ୍ୟାଣ ଯୋଜନା ପ୍ରଭୃତିରେ ଓଡ଼ିଶାକୁ ବିପୁଳ ଅର୍ଥ ପ୍ରଦାନ କରିଥିବା ସମ୍ପର୍କରେ କାର୍ଯ୍ୟକାରିଣୀ ତରଫରୁ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା । ରାଜ୍ୟ ତଥା ଜିଲ୍ଲା ତଥା ସ୍ଥାନୀୟ ପ୍ରଶାସନର ଅପାରଗତା ଓ ନିଷ୍କ୍ରିୟତା ସଂପର୍କରେ ଆଲୋଚନା ହେବା ସହ ଆଗାମୀ ଦିନରେ ବିଜେପିର ରୋଡ୍ ମ୍ୟାପକୁ ନେଇ ବ୍ୟାପକ ଆଲୋଚନା ହୋଇଥିଲା । ଆଜି ଅନୁଷ୍ଠିତ ହୋଇଥିବା ସବୁ ସାଂଗଠନିକ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକରେ ଦଳର ରାଜ୍ୟସ୍ତରୀୟ ନେତାମାନେ ପର୍ଯ୍ୟବେକ୍ଷକ ଭାବେ ସାମିଲ ହୋଇଥିଲେ ।

ରିପୋର୍ଟ ଭୁବନେଶ୍ୱରରୁ ପ୍ରକାଶ ସେଠୀ

Odisha Politics Bjp Politics Power Politics