Advertisment

ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ: ମୁଖ୍ୟମନ୍ତ୍ରୀ

ଆଜି ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟକ୍ରମରେ ରାଜ୍ୟ କ୍ୟାବିନେଟ, କେନ୍ଦ୍ରମନ୍ତ୍ରୀ, ବିଧାୟକ ଏବଂ ସାଂସଦ ସାମିଲ ଥିଲେ ।

ଅଦ୍ୟତନ ହୋଇଛି
undefined

Mohan Charan Majhi

Advertisment

ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ । ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା । ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୁରିବା ଅବସରରେ ପୁରୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ ବର୍ଷର ସରକାର ପତନ ଘଟିଲା । ପୂର୍ବ ସରକାର ମହାପ୍ରଭୁଙ୍କୁ ମଧ୍ୟ ଭୋଟ ରାଜନୀତିରେ ବ୍ୟବହାର କଲେ । ହେଲେ ଆମ ସରକାରର ସଂକଳ୍ପ ପତ୍ର ହେଉଛି ଧର୍ମଗ୍ରନ୍ଥ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Advertisment

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସଂକଳ୍ପ ପତ୍ରରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରା କରିଛୁ, କରିବୁ ମଧ୍ୟ। ସରକାରର ପ୍ରଥମ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବା ସହ ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କଲୁ। ପୂର୍ବ ସରକାର ଅଭିଯୋଗ ଶୁଣୁନଥିଲେ, ବରଂ ତାଙ୍କ ଇଚ୍ଛାରେ କାର୍ଯ୍ୟ କରୁଥିଲେ । ଭୁବନେଶ୍ବରରେ ଅଭିଯୋଗ ଶୁଣୁଛି, ହେଲେ ଆଗାମୀ ଦିନରେ ସବୁ ଜିଲ୍ଲାରେ ଅଭିଯୋଗ ପ୍ରକୋଷ୍ଠ କରି ଶୁଣାଣି ହେବ ।

ସେହିପରି ଶହେ ଦିନ ପୂର୍ତ୍ତିରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ପୂର୍ବ ସରକାର ଦୁର୍ନୀତି ଅଭିଯୋଗରେ କେବଳ କିରାଣିଙ୍କୁ ଦଣ୍ଡ ଦେଉଥିଲେ । ଆମ ସରକାର ଲାଞ୍ଚ ଓ ଦୁର୍ନୀତି ମାମଲାରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୫୮ ଜଣ ଦୁର୍ନୀତିଖୋର ଅଫିସରଙ୍କୁ ଗିରଫ କରାଯାଇଛି।

Advertisment

ଆଜି ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟକ୍ରମରେ ରାଜ୍ୟ କ୍ୟାବିନେଟ, କେନ୍ଦ୍ରମନ୍ତ୍ରୀ, ବିଧାୟକ ଏବଂ ସାଂସଦ ସାମିଲ ଥିଲେ । ତେବେ ଅଭିଯୋଗ ନେଇ ବିରୋଧୀ ବିଜେଡିର ପ୍ରତିକ୍ରିୟା ମିଳିପାରିନି । 

Odisha Bjp Odisha Cm Mohan Charan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe