/odisha-reporter/media/post_attachments/uploadimage/library/16_9/16_9_0/IMAGE_1701709092.jpg)
Manmohan Samal
ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏକ ବଡ଼ ସୂଚନା ଦେଇଛନ୍ତି। ସେ ତାଙ୍କ ‘X’ (ପୂର୍ବର ଟ୍ୱିଟର) ଆକାଉଣ୍ଟରେ ଉଭୟ ଓଡ଼ିଆ ଓ ହିନ୍ଦୀରେ ଦୁଇଟି ପୋଷ୍ଟ କରି ବିଜେପି ଏଥର ରାଜ୍ୟର ସମସ୍ତ ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ସ୍ପଷ୍ଟ ଭାବେ ଲେଖିଛନ୍ତି।
ମନମୋହନ ସାମଲ ‘X’ରେ ଲେଖିଛନ୍ତି, ‘ଗତ ୧୦ ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି। ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ।
ସମଗ୍ର ଦେଶରେ ଯେଉଁ ସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି, ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ୱରାନ୍ୱିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ । କିନ୍ତୁ ଆଜି ଓଡ଼ିଶାରେ ମୋଦି ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡ଼ିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାନ୍ତି।
ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ୱାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ।’
विगत 10 वर्षों से, श्री नवीन पटनायक जी के नेतृत्व में ओडिशा की बीजू जनता दल (बीजेडी) पार्टी केंद्र की माननीय प्रधानमंत्री श्री नरेंद्र मोदी जी की सरकार के अनेक राष्ट्रीय महत्व के प्रसंगों में समर्थन देती आई है, इसके लिए हम उनका आभार व्यक्त करते हैं।
अनुभव में आया है कि देशभर…
— Manmohan Samal (Modi Ka Parivar) (@SamalManmohan7) March 22, 2024
ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉଭୟ ଓଡ଼ିଆ ଓ ହିନ୍ଦୀ ଟ୍ୱିଟ୍କୁ ରିପୋଷ୍ଟ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ମନମୋହନଙ୍କ ପୋଷ୍ଟକୁ ରିପୋଷ୍ଟ କରି ‘ଏକ୍ସଲେଣ୍ଟ’ ଓ ଇମେନ୍ସଲୀ ଗ୍ରେଟ୍ଫୁଲ ବୋଲି ଲେଖିଛନ୍ତି ଅପରାଜିତା ଷଡ଼ଙ୍ଗୀ। ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପୋଷ୍ଟକୁ ରିପୋଷ୍ଟ କରିଛନ୍ତି।
ମନମୋହନଙ୍କ ପୋଷ୍ଟକୁ ରିପୋଷ୍ଟ କରିଛନ୍ତି ଧର୍ମେନ୍ଦ୍ର। Excellent.
ImmenselyGrateful. . https://t.co/VjHrR16NBP— Aparajita Sarangi ( Modi Ka Parivar) (@AprajitaSarangi) March 22, 2024
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
