BJP ବରିଷ୍ଠ ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଓ ଉତ୍ତରପ୍ରଦେଶ ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା ଆଜି ଲକ୍ଷ୍ନୌ ଗସ୍ତରେ ଯାଉଛନ୍ତି। ଉତ୍ତର ପ୍ରଦେଶରେ ଅବଶିଷ୍ଟ ୨୮ଟି ଲୋକସଭା ଆସନରେ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରିବା ପାଇଁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନିର୍ଦ୍ଦେଶରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବା ପାଇଁ ଲକ୍ଷ୍ନୌ ଅଭିମୁଖେ ଯାଉଛନ୍ତି।
Also Read
୨୦୨୪ ଲୋକସଭା ନିର୍ବାଚନରେ ଏନ୍ଡିଏ ୪୦୦ ପାର୍ ଲକ୍ଷ୍ୟ ରଖିଥିବା ବେଳେ ବୈଜୟନ୍ତଙ୍କୁ ୧୦୧ ଲୋକସଭା ଆସନର ଗୁରୁଦାୟିତ୍ୱ କେନ୍ଦ୍ର ନେତୃବୃନ୍ଦ ଦେଇଛନ୍ତି। ସେହି ଲକ୍ଷ୍ୟ ପୂରଣ ଉଦ୍ଦେଶ୍ୟରେ ବୈଜୟନ୍ତ ମାରାଥନ୍ ବୈଠକ କରି ପ୍ରାର୍ଥୀ ଚୟନ ଓ ନିର୍ବାଚନ ରଣନୀତି ପ୍ରସ୍ତୁତ କରୁଛନ୍ତି। ଆଜିର ବୈଠକରେ ଉତ୍ତରପ୍ରଦେଶରେ ଅବଶିଷ୍ଟ ୨୮ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରାଯିବ। ବୈଠକରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଜ୍ୟ ସଭାପତି ଭୂପେନ୍ଦ୍ର ଚୌଧୁରୀ, ଦୁଇ ଉପ ମୁଖ୍ୟମନ୍ତ୍ରୀ ଓ ପ୍ରଦେଶ ସଙ୍ଗଠନ ମହାମନ୍ତ୍ରୀ ଉପସ୍ଥିତ ରହିବେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।
Politics
ବିଜୁ ବାବୁ ଡେଙ୍ଗା, ଜୟ ବାବୁ ଡେଙ୍ଗା...
କିଏ ଓ କାହିଁକି ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ନବୀନ ପଟ୍ଟନାୟକଙ୍କୁ କହୁଥିଲେ।
Politics
ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
ମହିଳା, ଛୋଟ ପିଲା ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଦର୍ଶନ କିପରି ସୁଙ୍ଗମ ହେବ ସେଥି ପାଇଁ ଭିନ୍ନ ଏକ ବ୍ୟବସ୍ଥା କରାଯାଇଛି।