Advertisment

ବିଜେପିର ନୂଆ ଟିମ୍‌ ଘୋଷଣା; ବୈଜୟନ୍ତ ପଣ୍ଡା ପୁଣି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

୨୦୨୪ ନିର୍ବାଚନ ପୂର୍ବରୁ ବିଜେପିର ନୂଆ ଟିମ୍‌ ଘୋଷଣା କରାଯାଇଥିବା ବେଳେ ଏଥିରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ପୁଣି ଥରେ ନିଜ ପଦ ବଜାୟ ରଖିଛନ୍ତି ବୈଜୟନ୍ତ ।

ଅଦ୍ୟତନ ହୋଇଛି
Byjanta Panda

Byjanta Panda

Advertisment

ବୈଜୟନ୍ତ ପଣ୍ଡା ପୁଣି ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ୩୮ଜଣିଆ ନୂଆ ଟିମ୍‌ରେ ପୁଣି ସ୍ଥାନ ପାଇଲେ ବୈଜୟନ୍ତ ପଣ୍ଡା। ତୃତୀୟ ଥର ଲାଗି ସେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପଦ ପାଇବାରେ ସକ୍ଷମ ହୋଇଛନ୍ତି।

Advertisment

ଭାରତୀୟ ଜନତା ପାର୍ଟି ପକ୍ଷରୁ ନୂତନ ଜାତୀୟ ଉପାଧ୍ୟକ୍ଷ ଏବଂ ସାଧାରଣ ସଂପାଦକଙ୍କ ନାମ ଘୋଷଣା କରାଯାଇଛି। ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବରେ ଓଡ଼ିଶାର ବୈଜୟନ୍ତ ପଣ୍ଡାଙ୍କ ବ୍ୟତୀତ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ରମଣ ସିଂ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଏବଂ ସୌଦାନ ସିଂ ପ୍ରମୁଖଙ୍କୁ ନିଯୁକ୍ତ କରାଯାଇଛି।

ଏହା ବ୍ୟତୀତ କୈଳାସ ବିଜୟବର୍ଗୀୟ, ଅରୁଣ ସିଂ ଏବଂ ତରୁଣ ଚୁଗଙ୍କୁ ସାଧାରଣ ସଂପାଦକ ଭାବେ ନିଯୁକ୍ତି ଦିଆଯାଇଛି। ୧୩ ଜଣ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ହୋଇଛନ୍ତି। ୮ ଜଣ ରାଷ୍ଟ୍ରୀୟ ମହାମନ୍ତ୍ରୀ ହୋଇଥିବା ବେଳେ ୧୩ ଜଣ ରାଷ୍ଟ୍ରୀୟ ସଚିବ ହୋଇଛନ୍ତି। ଏହା ସହିତ ଜଣେ ଲେଖାଏ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ, ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ, କୋଷାଧ୍ୟକ୍ଷ ଓ ସହ କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି।

Advertisment
Byjanta Panda; BJP National Vice President Bjp Jp Nadda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe