Advertisment

ୱାୟନାଡ ଲୋକସଭା ପାଇଁ ୧୩ରେ ହେବ ଭୋଟିଂ, ରାହୁଲ ଛାଡ଼ିବା ପରେ ପଡ଼ିଥିଲା ଖାଲି

ଉପ ନିର୍ବାଚନରେ କଂଗ୍ରେସ ପକ୍ଷରୁ ୱାୟନାଡରୁ ପ୍ରିୟଙ୍କା ଗାନ୍ଧି ଭଦ୍ରା ଲଢ଼ିବେ।

Rahul Gandhi

Rahul Gandhi

Advertisment

ଭାରତୀୟ ନିର୍ବାଚନ କମିଶନ ଆଜି ଝାରଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥିସହ କେରଳର ୱାୟନାଡ ଲୋକସଭାର ଉପ ନିର୍ବାଚନର ତାରିଖ ମଧ୍ୟ ଘୋଷଣା ହୋଇଛି। ୨୦୨୪ ଲୋକସଭା ନିର୍ବାଚନ ବେଳେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧି ଏଠାରେ ରେକର୍ଡ ବିଜୟ ହାସଲ କରିଥିଲେ।

Advertisment

ଏଥିସହ ସେ ରେଏବରେଲୀରୁ ମଧ୍ୟ ଜିତିଥିଲେ। ରେଜଲ୍ଟ ବାହାରିବା ପରେ ତାଙ୍କୁ ୱାୟନାଡ ଆସନ ଛାଡ଼ିବାକୁ ପଡ଼ିଥିଲା। ଏଠାରେ ଆସନ ଖାଲି ପଡ଼ିଥିବାରୁ ଆଜି ନିର୍ବାଚନ କମିଶନ ଉପ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଉପ ନିର୍ବାଚନରେ କଂଗ୍ରେସ ପକ୍ଷରୁ ୱାୟନାଡରୁ ପ୍ରିୟଙ୍କା ଗାନ୍ଧି ଭଦ୍ରା ଲଢ଼ିବେ। 

ମୁଖ୍ୟ ନିର୍ବାଚନ କମିଶନର ରାଜବୀ କୁମାରଙ୍କ ଘୋଷଣା ଅନୁଯାୟୀ, କେରଳର ୱାୟନାଡ ଲୋକସଭା ଆସନରେ ଉପ ନିର୍ବାଚନ ନଭେମ୍ବର ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗ୍ୟାଜେଟ ନୋଟିଫିକେସନ ୧୮ ଅକ୍ଟୋବରରେ ପ୍ରକାଶ ପାଇବ। ନାମାଙ୍କନ ଦାଖଲ ଶେଷ ତାରିଖ ଅକ୍ଟୋବର ୨୫ ରହିଥିବା ବେଳେ ପ୍ରତ୍ୟାହାର ପାଇଁ ଅକ୍ଟୋବର ୩୦କୁ ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୩ରେ ଏଠାରେ ଭୋଟିଂ ହେବାକୁ ଥିବା ବେଳେ ନଭେମ୍ବର ୨୩ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।

Advertisment

ଏହାବାଦ ଦେଶର ବିଭିନ୍ନ ପ୍ରାନ୍ତରେ ଖାଲି ପଡ଼ିଥିବା ୪୭ଟି ବିଧାନସଭା ଆସନରେ ମଧ୍ୟ ଉପ ନିର୍ବାଚନ ନଭେମ୍ବର ୧୩ରେ ଅନୁଷ୍ଠିତ ହେବ। ମହାରାଷ୍ଟ୍ରର ଗୋଟିଏ ଲୋକସଭା ଆସନ ଓ ଉତ୍ତରାଖଣ୍ଡର ଗୋଟିଏ ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ନଭେମ୍ବର ୨୦ରେ ଅନୁଷ୍ଠିତ ହେବ। ଏହି ଆସନ ଗୁଡ଼ିକରେ ଭୋଟ ଗଣତି ସହ ରେଜଲ୍ଟ ନଭେମ୍ବର ୨୩ରେ ପ୍ରକାଶ ପାଇବ।

Rahul Gandhi Priyanka Gandhi Vadra Wayanad Election Wayanad Lok Sabha Seat Wayanad
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe