ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜଘାଟ ଯିବେ। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡା ରାଜଘାଟ ଯାଇ ମହାତ୍ମାଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ।
ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳରେ ବି ଶ୍ରଦ୍ଧାଞ୍ଜଳି ଜଣାଇବେ। ଏହାପରେ ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
Also Read
ଅପରାହ୍ନ ଗୋଟାଏରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ସ୍ଥିତ ତ୍ୟାଗରାଜ ଜଗନ୍ନାଥ ମନ୍ଦିର ଯିବେ। ସନ୍ଧ୍ୟା ୬ଟାରେ ହଜଖାସ ଜଗନ୍ନାଥମନ୍ଦିରରେ ପ୍ରବାସୀ ଓଡ଼ିଆଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
କର୍ଣ୍ଣାଟକା କଂଗ୍ରେସ କନ୍ଦଳ ଆହୁରି ଘନେଇଲା
ରାଜନୀତିକ ସମୀକ୍ଷକଙ୍କ ମତରେ ଶିବକୁମାର ମୁଖ୍ୟମନ୍ତ୍ରୀ ହେବାକୁ ଲକ୍ଷ୍ୟ ରଖିଥିବାରୁ ଦଳର ରାଜ୍ୟର ସଭାପତି ପଦରୁ ଇସ୍ତଫା ଦେବାକୁ ମନା କରି ଦେଇଛନ୍ତି। କାରଣ ସେ ଜାଣିଛନ୍ତି ଯେ ସଭାପତି ପଦ ଛାଡ଼ିଦେଲେ ଦଳରେ ତାଙ୍କର ସ୍ଥିତି ଦୁର୍ବଳ ହୋଇଯିବ।

Politics
ପାଣ୍ଡିଆନ ଚାହୁଁଛନ୍ତି କି ବିଜେଡି ବିଭାଜନ: ସୁଜାତାଙ୍କ ଏଣ୍ଟ୍ରି ପାଇଁ ‘ଡିଲ୍’ , ସସ୍ମିତ-ପ୍ରତାପ ମୋହରା
ବିଜେଡି ସୂତ୍ର ଅନୁସାରେ, ନବୀନଙ୍କ ଉତ୍ତରାଧିକାରୀ ଭାବେ ବିଜୁ ପଟ୍ଟନାୟକଙ୍କ ପରିବାରର କୌଣସି ସଦସ୍ୟ ଆସିବା ପାଇଁ ଅନିଚ୍ଛା ପ୍ରକାଶ କରିବା ପରେ ସୁଚିନ୍ତିତ ଢଙ୍ଗରେ ସୁଜାତାଙ୍କୁ ଆଗକୁ ଆଣିବାର ବ୍ୟବସ୍ଥା ହୋଇଛି । ନବେ ଦଶକରେ ନବୀନଙ୍କ ରାଜନୀତିକ ଏଂଟ୍ରି ପାଇଁ ଯେଭଳି ‘ଡିଲ୍’ ହୋଇଥିଲା ଅନୁରୂପ ‘ଡିଲ୍’ ସୁଜାତାଙ୍କ ରାଜନୀତିକ ଏଂଟ୍ରି ନିମନ୍ତେ କରାଯାଇଥିବା ଚର୍ଚ୍ଚା ।

Politics
ନବୀନଙ୍କୁ ଚେତାଇଲେ ନେତା: ଅପବାଦ ମୁଣ୍ଡାଇବାକୁ ପ୍ୟାରୀ-ପାଣ୍ଡିଆନ ନାହାନ୍ତି, ଏଣିକି ଆପଣ ହିଁ ଦାୟୀ
ୱାକଫ୍ ସଂଶୋଧନ ବିଲ୍ ପ୍ରସଙ୍ଗରେ ରାଜ୍ୟସଭାରେ ଗୁରୁବାର ବିଜେଡିର ନାଟକୀୟ ଆଭିମୁଖ୍ୟକୁ ନେଇ ଦଳରେ ସୃଷ୍ଟି ହୋଇଥିବା ବିସ୍ଫୋରକ ପରିସ୍ଥିତି ମଧ୍ୟରେ ଶୁକ୍ରବାର ପୂର୍ବାହ୍ନରେ ଆଗଧାଡ଼ିର ଦଳୀୟ ନେତାମାନେ ନବୀନଙ୍କୁ ଭେଟି ସାଂଗଠନିକ ପରିଚାଳନା ଓ ଦଳର ଆଭିମୁଖ୍ୟକୁ ନେଇ ନିଜ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ।

Politics
ରାମ ମନ୍ଦିର, ତିନ ତଲାକ, ୩୭୦, ସିଏଏ ଓ ୱକଫ ପରେ ସରକାରଙ୍କ ଆଜେଣ୍ଡାରେ ଆଉ କ’ଣ ଅଛି?
ରାମ ମନ୍ଦିର ପ୍ରତିଷ୍ଠା ହୋଇ ସାରିଛି। ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହୋଇଛି। ବିଜେପି ଶାଶିତ ରାଜ୍ୟଗୁଡ଼ିକରେ ପର୍ଯ୍ୟାୟକ୍ରମେ ୟୁସିସି ଲାଗୁ ହେଉଛି। ଦେଶରେ ସିଏଏକୁ ମଧ୍ୟ ମୋଦି ସରକାର କାର୍ଯ୍ୟକାରୀ କରିଛନ୍ତି।

Politics
ଅସହାୟ ନବୀନ, ଆତ୍ମରକ୍ଷା ମୁଦ୍ରାରେ ପାଣ୍ଡିଆନ: ଭୁଶୁଡ଼ୁଛି ବିଜେଡି, ଆକ୍ରୋଶରେ ନେତା-କର୍ମୀ
ରାଜ୍ୟରେ ବିଜେପି କ୍ଷମତାରେ ଥିବାବେଳେ ମୁଖ୍ୟ ବିରୋଧୀ ଦଳ ବିଜେଡି ଯେଉଁ ଢଙ୍ଗରେ ରାଜ୍ୟସଭାରେ ଆତ୍ମସମର୍ପଣ କରିଛି ତାହା ଦଳର ଅସହାୟତାର ପ୍ରମାଣ ଦେଇଛି ।