Advertisment

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଉଭୟ ନେତାଙ୍କ ମଧ୍ୟରେ ପ୍ରାୟ ୧୦ ମିନିଟ ଧରି ଆଲୋଚନା ହୋଇଥିଲା।

author-image
Jitendra Garnayak
ଅଦ୍ୟତନ ହୋଇଛି
Naveen And Mohan

Naveen And Mohan

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। 

Advertisment

‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’ ବୋଲି ମୁଖ୍ୟମନ୍ତ୍ରୀ ପଚାରିବାରେ ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସେ ସୁସ୍ଥ ଅନୁଭବ କରୁଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ (ନବୀନଙ୍କ) ସୁସ୍ଥ ନିରାମୟ ଜୀବନ ନିମନ୍ତେ ସେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି।

CM and Naveen ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ 

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିକଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି। ତେଣୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ଯାଇ ତାଙ୍କୁ ସାକ୍ଷାତ କରି ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ପ୍ରାୟ ୧୦ ମିନିଟ ଧରି ଆଲୋଚନା ହୋଇଥିଲା। ଆଗାମୀ ବିଧାନସଭା ଅଧିବେଶନ ଯେପରି ସୁରୁଖୁରୁରେ ପରିଚାଳିତ ହେବ, ସେଥିନେଇ ସହଯୋଗ କାମନା କରିଥିଲେ ମୁଖ୍ୟମନ୍ତ୍ରୀ। 

Advertisment

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦିଲ୍ଲୀ ଗସ୍ତ ବେଳେ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କରିବା ସମୟରେ ‘ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା କେମିତି ଅଛି’ ବୋଲି ସେ ପଚାରିଥିଲେ। ସେହି ସମୟରେ ଶ୍ରୀ ପଟ୍ଟନାୟକ ମୁମ୍ବାଇରେ ଚିକିତ୍ସାଧୀନ ଥିଲେ।

Naveen Patnaik CM Mohan Charan Majhi