Advertisment

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ୨ ଉପ ମୁଖ୍ୟମନ୍ତ୍ରୀ; ରଥଯାତ୍ରା ପାଇଁ କରିଲେ ନିମନ୍ତ୍ରଣ

୨୦୩୬ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡ୍ ମ୍ୟାପ୍ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା।

ଅଦ୍ୟତନ ହୋଇଛି
CMO meets president

CMO meets president

Advertisment

ଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ କନକ ବର୍ଦ୍ଧନ ସିଂହଦେଓ। ଓଡ଼ିଶାରେ ବିଜେପି ସରକାର ଗଠନ ପରେ ପ୍ରଥମ ଦିଲ୍ଲୀ ଗସ୍ତରେ ଯାଇ ଗତକାଲି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି।

Advertisment

ଏଥିସହ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ସୂଚନା ରହିଛି। ଶପଥ ଗ୍ରହଣ ଉତ୍ସବକୁ ପ୍ରଧାନମନ୍ତ୍ରୀ ନିଜେ ଆସିଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ଜଣାଇଥିଲେ।।ଆଗାମୀ ଦିନରେ ଓଡ଼ିଶା ଗସ୍ତ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ମଧ୍ୟ କରିଥିଲେ।

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବା ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ। ପରିବହନ ମନ୍ତ୍ରୀ ନୀତିନ ଗଡକରୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମଧ୍ୟ ଭେଟିଥିଲେ। ଆଲୋଚନାରେ ଏକ ବିକଶିତ ଓଡ଼ିଶା ଗଠନ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଥଲା।

Advertisment

୨୦୩୬ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡ୍ ମ୍ୟାପ୍ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା।

ସାକ୍ଷାତ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂଆ ଓଡ଼ିଶା ଗଠନ ପାଇଁ ଆଗାମୀ ୫ ବର୍ଷରେ କାର୍ଯ୍ୟକ୍ରମ ହେବ। ରଥଯାତ୍ରାକୁ ଆସିବା ପାଇଁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଛୁ। ସେ ଆସିବେ ବୋଲି ସ୍ପଷ୍ଟ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।

Bjp Cmo Of Odisha PM Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe