ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ରିଷିଗାଁ କ୍ରିଷ୍ଣାନଗର ପଡ଼ିଆରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ନିର୍ବାଚନ ପ୍ରଚାର କରିବେ।
ପରେ ନବୀନ ଭବାନୀପାଟଣାରୁ ବାହାରି ନୂଆପଡା ଜିଲ୍ଲା ଖଡ଼ିଆଳ ଗସ୍ତ କରିବେ। ସେଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ। ସେଠାରୁ ପ୍ରତ୍ୟାବର୍ତ୍ତନ କରି କଳାହାଣ୍ଡି ଜିଲ୍ଲା ଉତ୍କେଲା ଏଆରଷ୍ଟ୍ରିପରେ ପହଞ୍ଚି ସେଠାରୁ ଭୁବନେଶ୍ୱର ଫେରି ଆସିବେ।
Also Read
ବିଜେଡି ନେତା ଭି.କେ ପାଣ୍ଡିଆନ ବର୍ତ୍ତମାନ ଦଳର ଷ୍ଟାର ପ୍ରଚାରକ। ସେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଏହି ସଭାରେ ଉପସ୍ଥିତ ରହିବେ ବୋଲି ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।
୨୦୧୯ ସାଧାରଣ ନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭବାନୀପାଟଣା ନିର୍ବାଚନ ପ୍ରଚାରରେ ଆସି ଏକ ରୋଡ଼ ଶୋ’ କରିଥିଲେ। କିନ୍ତୁ ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ସାଧାରଣ ସଭାରେ ଯୋଗ ଦେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଚାଷୀଙ୍କ ଫସଲ କ୍ଷୟକ୍ଷତି ପାଇଁ ପ୍ରଶାସନିକ କଳକୁ ଦୋଷ ଦେଲେ ନବୀନ, ରାଜନୀତି ବି କଲେ
ବର୍ଷା ନେଇ ଚାଷୀଙ୍କୁ ଆଗୁଆ ସଚେତନ କରାଯାଇନଥିଲା ବୋଲି ଆଜି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅଭିଯୋଗ କରିଛନ୍ତି ନବୀନ। ‘ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା’ ଦାବି ପ୍ରସଙ୍ଗ ଉଠାଇ ବି କଲେ ରାଜନୀତି।
Politics
ନୂଆବର୍ଷରେ ବିଜେପି-କଂଗ୍ରେସକୁ ମିଳିବେ ନୂଆ ମୁଖିଆ! ନବୀନ ବାଛିପାରନ୍ତି ନୂଆ ସେନାପତି
ବିଜେପିର ସାଂଗଠନିକ ପର୍ବ ଶେଷ ପର୍ଯ୍ୟାୟରେ। ସେପଟେ ପିସିସି ସଭାପତି ପାଇଁ ଦିଲ୍ଲୀ ହାଇକମାଣ୍ଡଙ୍କ ନିଷ୍ପତ୍ତି ଅପେକ୍ଷାରେ କଂଗ୍ରେସ। ନୂଆ କ୍ରାଇସିସ୍ ମ୍ୟାନେଜରଙ୍କୁ ଦାୟିତ୍ୱ ଦେଇପାରନ୍ତି ନବୀନ।
Politics
ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ମଞ୍ଚରୁ ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ
ମଞ୍ଚରେ ବସିଥିବା କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କୁ ମଧ୍ୟ କଡା କାଉଣ୍ଟର କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଓଡ଼ିଶା ସବୁଠୁ ଗରିବ ରାଜ୍ୟ ବୋଲି କହିବା ଠିକ୍ ହେଲାନାହିଁ। ଏଥିପାଇଁ ଦାୟୀ କିଏ ? ତାହାର ଉତ୍ତର ବି ଆସିବା କଥା।
Politics
ଆଇଏଏସ୍ ସ୍ତରରେ ଅଦଳବଦଳ; ଭୂପେନ୍ଦ୍ର ସିଂ ପୁନିଆଁଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ
ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି ପାରିନି।
Politics
ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ, ଶ୍ରୀଜିଉଙ୍କୁ ଦର୍ଶନ କରିବେ
ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଭୁବନେଶ୍ୱରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କରିବେ।