ଆଜି ନାମାଙ୍କନ ଭରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ। ନବୀନ ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଦାଖଲ କରିବେ। ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି।
ଜିଲ୍ଲା ସଦର ମହକୁମା ଛତ୍ରପୁର ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିବେ। ସକାଳ ୧୧ଟାରେ ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବେ। ସେଠାରୁ କାରରେ ମା’ତାରା ତାରିଣୀଙ୍କ ପୀଠକୁ ଯିବେ। ପୂଜାର୍ଚ୍ଚନା ପରେ ମଧ୍ୟାହ୍ନ ୧୨ଟା୩୫ ମିନିଟ୍ ରେ ଛତ୍ରପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିବେ।
Also Read
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନୂଆବର୍ଷ ପାଳିବେ ନାହିଁ ନବୀନ
ବିରୋଧୀ ଦଳ ନେତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ନବୀନ ଚଳିତଥର ନଆବର୍ଷ ପାଳନ କରିବେ ନାହିଁ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ମୃତ୍ୟୁରେ ରାଷ୍ଟ୍ରୀୟ ଶୋକ ପାଳନ ଓ ଅଦିନିଆ ବର୍ଷରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ନବୀନ ଆସନ୍ତାକାଲି ନୂଆବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ ।
Politics
ଆଦିବାସୀଙ୍କ ସମ୍ପତ୍ତି ହସ୍ତାନ୍ତର ନିଷ୍ପତ୍ତି ପ୍ରସ୍ତାବ ନାମଞ୍ଜୁର, ତର୍ଜମା ହେବ ପେସା ଚିଠା ରୁଲ୍
ଆଜିର ଜନଜାତି ଉପଦେଷ୍ଟା ପରିଷଦ ବୈଠକରେ ୧୯୫୬ ଜମିଜମା ହସ୍ତାନ୍ତର ଆଇନର ନିୟମାବଳୀ-୨ର ସଂଶୋଧନ ପ୍ରସ୍ତାବକୁ ନାମଞ୍ଜୁର କରାଯାଇଛି । ବିଜେଡି ସରକାର ଅମଳରେ ୨୦୨୩ ଜୁଲାଇ ୧୧ତାରିଖରେ ଅନୁଷ୍ଠିତ ଜନଜାତି ଉପଦେଷ୍ଟା ପରିଷଦ ବୈଠକରେ ଏହି ପ୍ରସ୍ତାବ ଆସିଥିଲା ।
Politics
ଶ୍ରଦ୍ଧାର ସହିତ ମସାଜ୍ ନେଉଥିଲେ, ଦଳକୁ ବୁଡ଼ାଇଦେଲେ ଏବେ ବ୍ୟକ୍ତିଙ୍କୁ ବୁଡ଼ାଇବେ: ସୂର୍ଯ୍ୟବଂଶୀ
ସୂର୍ଯ୍ୟବଂଶୀ କହିଛନ୍ତି ଯେ, କଳିଙ୍ଗ ଷ୍ଟାଡ଼ିୟମକୁ ସାଧାରଣ ଲୋକ ତ ଦୂରର କଥା ମନ୍ତ୍ରୀମାନଙ୍କୁ ବି ଛଡ଼ାଯାଉନଥିଲା । ଗୋଟିଏ ଲୋକ ସକାଳୁ ସକାଳୁ ଯାଇ ବଗ ଭଳିଆ ଟଙ୍ଗଟଙ୍ଗ ହୋଇ ବୁଲି ଭିଡ଼ିଓ ଛାଡ଼ୁଥିଲେ । ଶ୍ରଦ୍ଧାର ସହିତ ମସାଜ୍ ନେଉଥିଲେ ।
Politics
ବିଜେପିର ବଡ଼ ଦାବି: ବେଆଇନ ଭାବେ ଦିଲ୍ଲୀରେ ଭୋଟ ଦେଇଛନ୍ତି ଆପ୍ ସାଂସଦଙ୍କ ପତ୍ନୀ
ସାଂସଦ ସଞ୍ଜୟ ସିଂହଙ୍କ ପତ୍ନୀ ବେଆଇନ ଭାବେ ନୂଆଦିଲ୍ଲୀ ବିଧାନସଭା ଆସନରେ ନାଁ ପଞ୍ଜୀକରଣ କରି ଭୋଟ ଦେଇଥିଲେ ବୋଲି ବିଜେପି କହିଛି।
Politics
କେଜ୍ରିୱାଲଙ୍କୁ 'ନିର୍ବାଚନୀ ହିନ୍ଦୁ' କହି ଫଟୋ ପୋଷ୍ଟ କଲା ବିଜେପି
ନିର୍ବାଚନ ପୂର୍ବରୁ ମନ୍ଦିର ପୂଜକ ଓ ଗୁରୁଦ୍ୱାର ଗ୍ରନ୍ଥି ମାନଙ୍କ ପାଇଁ ଦରମା ପ୍ରତିଶ୍ରୁତି ଦେଇଥିବା କେଜ୍ରିୱାଲଙ୍କୁ କଟାକ୍ଷ କରିଛି ବିଜେପି। ସମାଲୋଚନା କଲେ କେଜ୍ରିୱାଲ।