Advertisment

ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି।

ଅଦ୍ୟତନ ହୋଇଛି
CMO

CMO

Advertisment

ଆଜି ନାମାଙ୍କନ ଭରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ। ନବୀନ ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଦାଖଲ କରିବେ। ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି।

Advertisment

ଜିଲ୍ଲା ସଦର ମହକୁମା ଛତ୍ରପୁର ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିବେ। ସକାଳ ୧୧ଟାରେ ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବେ। ସେଠାରୁ କାରରେ ମା’ତାରା ତାରିଣୀଙ୍କ ପୀଠକୁ ଯିବେ। ପୂଜାର୍ଚ୍ଚନା ପରେ ମଧ୍ୟାହ୍ନ ୧୨ଟା୩୫ ମିନିଟ୍ ରେ ଛତ୍ରପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିବେ।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Advertisment
Bhubaneswar Cmo Of Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe