Advertisment

ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ।

CMO

CMO

Advertisment

କଣ୍ଟାବାଞ୍ଜି ବିଧାନସଭା ଆସନରୁ ଆଜି ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର। ଏଠାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଭରିବେ ନବୀନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ, ମଙ୍ଗଳବାର ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ ମୁଖ୍ୟମନ୍ତ୍ରୀ। ନବୀନ ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଭରିଥିଲେ। ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ  ମା’ତାରା ତାରିଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ତାଙ୍କ ସହ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ। 

Advertisment
Cmo Of Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe