Advertisment

‍ବିଜେଡିରେ ମିଶିଲେ ଚିରଞ୍ଜୀବ ବିଶ୍ୱାଳ

ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ।

Chirnjib

Chirnjib

Advertisment

ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଆଜି ବିଜେଡିରେ ମିଶିଛନ୍ତି। ଶଙ୍ଖ ଭବନରେ ସାଂସଦ ସସ୍ମିତ ପାତ୍ର ଓ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ଚିରଞ୍ଜୀବ ତାଙ୍କ ସମର୍ଥକଙ୍କ ସହିତ ବିଜେଡିରେ ସାମିଲ ହୋଇଥିଲେ। 

Advertisment

ବିଜେଡିରେ ମିଶିବା ପରେ ଚିରଞ୍ଜୀବ ବିଶ୍ୱାଳ କହିଥିଲେ, ନବୀନଙ୍କ ନେତୃତ୍ୱ ଓ ୨୫ ବର୍ଷର ଜନାଭିମୁଖୀ କାର୍ଯ୍ୟକ୍ରମରେ ଆକୃଷ୍ଟ ହୋଇ ବିଜେଡିକୁ ଆସିଛି। ଏଥର ୧୨୦ରୁ ଅଧିକ ବିଧାୟକ ଓ ୧୫ରୁ ଅଧିକ ସାଂସଦଙ୍କୁ ଜିତେଇବାରେ ସହଯୋଗ କରିବୁ।

ଚିରଞ୍ଜୀବ ଦୁଇ ଥର କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୪ରେ ସେ ତିର୍ତ୍ତୋଲ ବିଧାନସଭା ଆସନରୁ ବିଜୟୀ ହୋଇଥିଲେ। ୨୦୦୯ରେ ସେ ଜଗତସିଂହପୁର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ତେବେ ବିଜେଡି ପ୍ରାର୍ଥୀଙ୍କ ଠାରୁ ପରାସ୍ତ ହୋଇଥିଲେ।୨୦୧୪ରେ ଜଗତସିଂହପୁରରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଚିରଞ୍ଜୀବ।  

Advertisment
BjD Chiranjib Biswal
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe