Advertisment

କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ

୨୦୧୪ରେ ଜଗତସିଂହପୁରରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ଅଦ୍ୟତନ ହୋଇଛି
Chiranjib Biswal

Chiranjib Biswal

Advertisment

କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ। ଆଜି ସେ ତାଙ୍କ ଇସ୍ତଫାପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିବା ସେଥିରେ ଉଲ୍ଲେଖ କରିଛନ୍ତି।

Advertisment

୨୦୧୪ରେ ଜଗତସିଂହପୁରରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଚିରଞ୍ଜୀବ। ୨୦୧୯ରେ ସେ ଏହି ଆସନରୁ କଂଗ୍ରେସ ଟିକେଟରେ ଲଢ଼ିଥିଲେ। କିନ୍ତୁ ହାରି ଯାଇଥିଲେ। ୨୦୦୯ରେ ମଧ୍ୟ ସେ ଏହି ଆସନରୁ କଂଗ୍ରେସ ଟିକେଟରେ ଲଢ଼ି ପରାସ୍ତ ହୋଇଥିଲେ। ୨୦୦୪ରେ ସେ ତିର୍ତ୍ତୋଲ ବିଧାନସଭା ଆସନରୁ ବିଜୟୀ ହୋଇଥିଲେ।  

ଚିରଞ୍ଜୀବଙ୍କ ଇସ୍ତଫା ନିହାତି ଭାବେ କଂଗ୍ରେସ ପାଇଁ ଏକ ବଡ଼ ଧକ୍କା। କାରଣ ସେ ଜଗତସିଂହପୁରର ଜଣେ ଟାଣୁଆ କଂଗ୍ରେସ ନେତା ଥିଲେ। ସେ ପିସିସି କାର୍ଯ୍ୟକାରୀ ସଭାପତି ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ। ଚିରଞ୍ଜୀବ ହେଉଛନ୍ତି ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ ବିଶ୍ୱାଳଙ୍କ ପୁଅ। ଚିରଞ୍ଜୀବଙ୍କ ଭାଇ ରଂଜୀବ ବିଶ୍ୱାଳ ମଧ୍ୟ କଂଗ୍ରେସ ତରଫରୁ ରାଜ୍ୟସଭା ସାଂସଦ ଥିଲେ।

Advertisment
Chiranjib Biswal Congess
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe