Advertisment

ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଲେ ମୋହନ ମାଝୀ

ସେ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି।

ଅଦ୍ୟତନ ହୋଇଛି
Mohan Majhi

Mohan Majhi

Advertisment

ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିବା ମୋହନ ମାଝୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି।

Advertisment

ତାଙ୍କ ସହ ସମସ୍ତ ୭୮ ଜଣ ବିଜେପି ବିଧାୟକ ଓ ୩ ଜଣ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ରହିଥିବା ସେ ରାଜ୍ୟପାଳଙ୍କୁ ଅବଗତ ଜଣାଇଛନ୍ତି। ୩ ସ୍ୱାଧୀନ ବିଧାୟକ ବିଜେପିକୁ ସମର୍ଥନ କରୁଥିବା ଗୋଟିଏ ପତ୍ର ମଧ୍ୟ ସେ ରାଜ୍ୟପାଳଙ୍କୁ ଦେଇଛନ୍ତି। 

ଏହାପରେ ରାଜ୍ୟପାଳ ତାଙ୍କୁ ସରକାର ଗଠନ କରିବାକୁ ଅନୁମତି ଦେଇଛନ୍ତି। ଆସନ୍ତାକାଲି ଅପରାହ୍ନ ୫ଟାରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ଗ୍ରହଣ କରିବେ।

Advertisment

ଆଜି ମୋହନ ମାଝୀ ରାଜ୍ୟପାଳଙ୍କୁ ଭେଟିବା ସମୟରେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିଥିଲେ। ଏମାନଙ୍କ ବ୍ୟତୀତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ଆଉ କିଛି ବରିଷ୍ଠ ବିଜେପି ନେତା ମଧ୍ୟ ରହିଥିଲେ।

Odisha Mohan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe