Advertisment

ଉତ୍କଳମଣିଙ୍କ ଜନ୍ମ ପୀଠ ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସରକାର ଗରିବଙ୍କ ସରକାର। ଲୋକଙ୍କ ପାଖରେ ଆମେ ପହଞ୍ଚିବୁ। ଆସନ୍ତା ୫ ବର୍ଷ ଭିତରେ ୫୦ ବର୍ଷର ବଳକା କାମ ପୂରଣ କରିବୁ।

author-image
Manoranjan Sial
ଅଦ୍ୟତନ ହୋଇଛି
Puri

Puri

ଶ୍ରୀଜିଉଙ୍କ ଦର୍ଶନ ପରେ ଆଜି ସକାଳେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥଳି ସୁଆଣ୍ଡୋ ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୁଆଣ୍ଡୋରେ ପହଞ୍ଚିବା ପରେ ଲୋକଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ। ଲୋକଙ୍କ ଭଲମନ୍ଦ ବୁଝିବା ସହ ସମସ୍ୟା ସମାଧାନ ପ୍ରତିଶ୍ରୁତି ଦେଇଥିଲେ।

Advertisment

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସରକାର ଗରିବଙ୍କ ସରକାର। ଲୋକଙ୍କ ପାଖରେ ଆମେ ପହଞ୍ଚିବୁ। ଆସନ୍ତା ୫ ବର୍ଷ ଭିତରେ ୫୦ ବର୍ଷର ବଳକା କାମ ପୂରଣ କରିବୁ। ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛୁ। ଏହାଦ୍ୱାରା କୃଷକମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମେତ ସାଂସଦ ଓ ବିଧାୟକମାନେ ସୁଆଣ୍ଡୋ ଯାଇଥିଲେ।

Advertisment

Bjp Puri Mohan Majhi