Advertisment

ମୁଣ୍ଡିଆ ମାରିଲେ, ଲୋକସେବା ଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି।

author-image
Niharika Rout
ଅଦ୍ୟତନ ହୋଇଛି
CM Mohan Majhi

CM Mohan Majhi

ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି।

Advertisment

ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବ ଭବନକୁ ପାଛୋଟି ନେବାକୁ ସେଠାରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେବାକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ବହୁ କ୍ୟାବିନେଟ୍ ମନ୍ତ୍ରୀ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଆଇଏଏସ୍ ଏବଂ ଓଏଏସ୍ କର୍ମଚାରୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଭଗ୍ୟ ସ୍ୱାଗତ କରିଥିଲେ।

ଯେଉଁ ଚାମ୍ବରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସୁଥିଲେ ସେହି ଚାମ୍ବରରେ ବସିଲେ ମୋହନ ମାଝୀ। କେବଳ ଟେବୁଲ ଓ ଚେୟାରର ଦିଗ ବଦଳିଛି। ସେହି ଚାମ୍ବରରୁ ମୁଖ୍ୟମନ୍ତ୍ରୀ ଆଜିଠୁ ବିଧିବଦ୍ଧ ଭାବେ ନିଜ କାମ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ । ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବ।

Advertisment

ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ସଜେଇ ହୋଇଛି ଲୋକସେବା ଭବନ ପରିସର। ବିଭିନ୍ନ ରଙ୍ଗ ବେରଙ୍ଗ ଫୁଲ ଓ ରଙ୍ଗୋଲିରେ ଲୋକସେବା ଭବନକୁ ସଜା ଯାଇଛି।

ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ୨୨ ଦିନ ହେଲା ରାଜ୍ୟ ଅତିଥି ଭାବନରେ ଚାଲିଥିଲା ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ। ଏହାପରେ ଆଜିଠୁ ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Bjp Mohan Majhi