Advertisment

‘କ୍ଷମତା ପାଇଁ ଅରାଜକତା, ବିଶୃଙ୍ଖଳା, ଅସ୍ଥିରତା, ବିଦ୍ୱେଷ ସୃଷ୍ଟି କରିବାକୁ ପଛଘୁଞ୍ଚା ଦିଏନି କଂଗ୍ରେସ’

ନିଜ ସ୍ୱାର୍ଥକୁ ଚରିତାର୍ଥ କରିବା ପାଇଁ ଆଗାମୀ ଜମ୍ମୁ ଓ କଶ୍ମୀର ବିଧାନସଭା ନିର୍ବାଚନରେ ଅବଦୁଲ୍ଲା ପରିବାର ଦ୍ୱାରା ପରିଚାଳିତ ‘ନ୍ୟାସନାଲ କନଫରେନ୍ସ’ ସହ ମେଣ୍ଟ କରି ବହୁ ପ୍ରଶ୍ନବାଚୀ ସୃଷ୍ଟି କରିଛି କଂଗ୍ରେସ।

Advertisment

ଜଳ ବିନା ମାଛ– କ୍ଷମତା ବିନା କଂଗ୍ରେସ ଦଳ । କ୍ଷମତା ଲୋଭରେ ଅନ୍ଧ କଂଗ୍ରେସ ଦଳ । କ୍ଷମତା ପାଇଁ ଦେଶରେ ଅରାଜକତା, ବିଶୃଙ୍ଖଳା, ଅସ୍ଥିରତା, ବିଦ୍ୱେଷ ସୃଷ୍ଟି କରିବାକୁ ଆଦୌ ପଛଘୁଞ୍ଚା ଦିଏ ନାହିଁ କଂଗ୍ରେସ ଦଳ । ଦେଶ ବିଭାଜନକାରୀ ଓ ରାଷ୍ଟ୍ରବିରୋଧୀ ତତ୍ତ୍ଵ ସହ ହାତ ମିଳାଇ ବାରମ୍ବାର ଦେଶବାସୀଙ୍କ ସ୍ୱାର୍ଥ ଓ ରାଷ୍ଟ୍ରର ସୁରକ୍ଷାକୁ ବିପଦରେ ପକାଇଛି କଂଗ୍ରେସ ଦଳ । ଏପରିକି ଦେଶର ସୁରକ୍ଷା, ସାର୍ବଭୌମତ୍ୱ ଏବଂ ଏକତାକୁ ବିପଦରେ ପକାଇଛି । ନିଜ ସ୍ୱାର୍ଥକୁ ଚରିତାର୍ଥ କରିବା ପାଇଁ ଆଗାମୀ ଜମ୍ମୁ ଓ କଶ୍ମୀର ବିଧାନସଭା ନିର୍ବାଚନରେ ଅବଦୁଲ୍ଲା ପରିବାର ଦ୍ୱାରା ପରିଚାଳିତ ‘ନ୍ୟାସନାଲ କନଫରେନ୍ସ’ ସହ ମେଣ୍ଟ କରି ବହୁ ପ୍ରଶ୍ନବାଚୀ ସୃଷ୍ଟି କରିଛି । ନ୍ୟାସନାଲ କନଫରେନ୍ସ ନିଜ ନିର୍ବାଚନ ଇସ୍ତାହାରରେ ଦେଇଥିବା ପ୍ରତିଶ୍ରୁତି ପ୍ରସଙ୍ଗରେ କଂଗ୍ରେସ ଦଳର ନେତା ରାହୁଲ ଗାନ୍ଧୀ ଦେଶବାସୀଙ୍କୁ ସ୍ପଷ୍ଟିକରଣ ଦେବା ଉଚିତ୍ ‍‍ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

Advertisment
Mohan Charan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe