Advertisment

ଆଜିଠୁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ବୈଠକରେ ଯୋଗଦେବେ

ଦିଲ୍ଲୀରେ ମାଓ ମୁକାବିଲା ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ।

Mohan Majhi

Mohan Majhi

Advertisment

ଦିଲ୍ଲୀରେ ମାଓ ମୁକାବିଲା ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ବି ଭେଟିବା କାର୍ଯ୍ୟକ୍ରମ ରହିଛି।

Advertisment

ଆସନ୍ତାକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆସନ୍ତାକାଲି ବୈଠକ ରହିଛି। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ।

ଏଥିରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ।

Advertisment

ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ, କେନ୍ଦ୍ରୀୟ ଶସସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ଗତ ବର୍ଷ ମଧ୍ୟ ଅକ୍ଟୋବର ୬ ତାରିଖରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅମିତ ଶାହ ସମୀକ୍ଷା ବୈଠକ କରିଥିଲେ। ଏଥିରେ ମାଓବାଦୀଙ୍କୁ ମୂଳୋତ୍ପାଟନ କରିବା ପାଇଁ ଗୃହମନ୍ତ୍ରୀ ବିସ୍ତୃତ ନିର୍ଦ୍ଦେଶନାମା ଦେଇଥିଲେ। 

Mohan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe