Advertisment

୨୫ରେ ଆସିବ ରାଜ୍ୟ ବଜେଟ;ଆଜି ଗ୍ରହଣ କରାଯିବ ପ୍ରାକ୍ ବଜେଟ୍ ପରାମର୍ଶ

ପୂର୍ବରୁ ରାଜ୍ୟ ବଜେଟ୍ ପାଇଁ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Budget

Budget

Advertisment

ରାଜ୍ୟରେ ଆସନ୍ତା ୨୫ ତାରିଖରେ ଆସିବ ବିଜେପି ସରକାରଙ୍କ ପ୍ରଥମ ବଜେଟ। ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ପରେ ୨୫ ତାରିଖରେ ଉପସ୍ଥାପନ ହେବ ୨୦୨୪-୨୦୨୫ ମସିହା ପାଇଁ ରାଜ୍ୟ ବଜେଟ୍। ତା’ପୂର୍ବରୁ ଆଜି ପ୍ରାକ୍ ବଜେଟ୍ ପରାମର୍ଶ ଗ୍ରହଣ କରାଯିବ।
ଲୋକସେବା ଭବନରେ ଦିନ ସାଢେ ୧୧ଟାରେ ଆରମ୍ଭ ହେବ କାର୍ଯ୍ୟକ୍ରମ। ଅତିଥିମାନଙ୍କ ସହ ଆଲୋଚନା ଏବଂ ମତାମତ ସଂଗ୍ରହ କରାଯିବ।

Advertisment

ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବଜେଟ୍ ସଂପର୍କରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଆଲୋଚନା କରିଥିଲେ।
ଏହାସହ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନା ନେଇ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକରେ ଉପସ୍ଥିତ ଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ପ୍ରମୁଖ।।

ପୂର୍ବରୁ ରାଜ୍ୟ ବଜେଟ୍ ପାଇଁ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ SMS ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ ମୁଖ୍ୟମନ୍ତ୍ରୀ।

Advertisment
Bjp State Budget Budget
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe