Advertisment

ଏରିୟଲ ସର୍ଭେ ପରେ ମୁଖ୍ୟମନ୍ତ୍ରୀ କହିଲେ- ଏବେ ସୁଦ୍ଧା ଆଶ୍ରୟସ୍ଥଳୀରେ ଅଛନ୍ତି ୩୦ ହଜାର ଲୋକ

ବିଦ୍ୟୁତ ସଂଯୋଗ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବାତ୍ୟାରେ ମୋଟ ୨୨ ଲକ୍ଷ ୮୪ ହଜାର ଲୋକ ବିଦ୍ୟୁତ୍ ସେବାରୁ ବିଚ୍ଛିନ୍ନ ହୋଇଥିଲେ। ସେଥିରୁ ୨୨ ଲକ୍ଷ ୩୨ ହଜାର ଲୋକଙ୍କୁ ବିଦ୍ୟୁତ୍ ସେବା ଯୋଗାଇ ଦିଅଯାଇଛି। ଏବେ ସୁଦ୍ଧା ୫୦ ହଜାର ଲୋକଙ୍କୁ ବିଦ୍ୟୁତ ଯୋଗାଯାଇ ପାରିନି।

ଅଦ୍ୟତନ ହୋଇଛି
CM

CM

Advertisment

ବାତ୍ୟା ଆଶ୍ରୟସ୍ଥଳୀରେ ଅଛନ୍ତି ୩୦ ହଜାର ଲୋକ। ଏରିୟଲ ସର୍ଭେ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏବେ ସୁଦ୍ଧା ବାତ୍ୟା ପ୍ରଭାବିତ ୫୦ ହଜାର ଲୋକଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇପାରିନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Advertisment

ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ପାରାଦୀପ, ମହାକାଳପଡ଼ା, ରାଜନଗର, ରାଜକନିକା ସମେତ ଚାନ୍ଦବାଲି ସମୁଦ୍ର ତଟବର୍ତ୍ତୀ ବାତ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବାତ୍ୟା ଅଞ୍ଚଳ ପରିଦର୍ଶନ କରିଥିଲେ। ପରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ।

ଏରିୟଲ ସର୍ଭେ ଓ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ମଧ୍ୟ ବାତ୍ୟା ଆଶ୍ରୟସ୍ଥଳୀରେ ୩୦ ହଜାର ଲୋକ ଅଛନ୍ତି। ୪୭୦ଟି ଆଶ୍ରୟସ୍ଥଳୀରେ ୩୦ ହଜାର ଲୋକ ଅଛନ୍ତି। ବାତ୍ୟା ସମୟରେ ୬ ହଜାର ୨୧୦ ଆଶ୍ରୟସ୍ଥଳୀରେ ୮ ଲକ୍ଷରୁ ଅଧିକ ଲୋକ ଥିଲେ। ପାଣି ଛାଡ଼ିବା ପରେ ପ୍ରାୟ ସମସ୍ତେ ନିଜ ଘରକୁ ଫେରିଛନ୍ତି। କିଛି ଗାଁରେ ପାଣି ଛାଡ଼ିନଥିବାରୁ ୩୦ ହଜାର ଲୋକ ଆଶ୍ରୟସ୍ଥଳୀରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Advertisment

ବିଦ୍ୟୁତ ସଂଯୋଗ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବାତ୍ୟାରେ ମୋଟ ୨୨ ଲକ୍ଷ ୮୪ ହଜାର ଲୋକ ବିଦ୍ୟୁତ୍ ସେବାରୁ ବିଚ୍ଛିନ୍ନ ହୋଇଥିଲେ। ସେଥିରୁ ୨୨ ଲକ୍ଷ ୩୨ ହଜାର ଲୋକଙ୍କୁ ବିଦ୍ୟୁତ୍ ସେବା ଯୋଗାଇ ଦିଅଯାଇଛି। ଏବେ ସୁଦ୍ଧା ୫୦ ହଜାର ଲୋକଙ୍କୁ ବିଦ୍ୟୁତ ଯୋଗାଯାଇ ପାରିନି। ବିଦ୍ୟୁତ୍ ବିଭାଗର ୭ ହଜାର କର୍ମଚାରୀ ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ବିଦ୍ୟୁତ ବିଭାଗର ୯୮% କାମ ସରିଛି। ତଳିଆ ଅଞ୍ଚଳରେ ପାଣି ଜମିଥିବାରୁ ବିଦ୍ୟୁତ ଯୋଗାଣ ହୋଇପାରିନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା ଦାନାରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ ଜିଲ୍ଲା ପ୍ରଭାବିତ ହୋଇଛି। ୫ ଜିଲ୍ଲାର ୧୨ଟି ବ୍ଲକ ୮୮୦ ପଞ୍ଚାୟତର ୪୧୦୦ ଗାଁରେ ଫସଲ କ୍ଷତି ଘଟିଛି। ୨ ଲକ୍ଷ ୭୧ ହଜାର ୮୦୦ ଏକର ଚାଷ ଜମିରେ ଫସଲ କ୍ଷତିଗ୍ରସ୍ତ ହୋଇଛି। ଜଳ ନିଷ୍କାସନ ପରେ କ୍ଷେତ୍ରକୁ ଯାଇ ଆକଳନ କରାଯିବ। ସେହି ଆଧାରରେ ଚାଷୀଙ୍କୁ ଦିଆଯିବ କ୍ଷତିପୂରଣ ପ୍ରଦାନ କରାଯିବ। ରାସ୍ତା ଗୁଡ଼ିକରୁ ଅବରୋଧ ହଟିଛି। ଗମନାଗମନରେ ଅସୁବିଧା ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Bjp Cyclone Dana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe