Advertisment

ଆଜି ବି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ, ହାବେଳୀଖଟି ସ୍ଥିତି ପରଖିବେ

ଆଜି ଆକାଶମାର୍ଗରୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ସର୍ଭେ କରିବେ। ଏଥିସହ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍‌ କରିଥିବା କେନ୍ଦ୍ରପଡ଼ା ଜିଲ୍ଲା ହାବେଳୀଖଟିର ବି ସ୍ଥିତି ପରଖିବେ।

ଅଦ୍ୟତନ ହୋଇଛି
Arial Survey by CM

Arial Survey by CM

Advertisment

ଆଜି ବି ବାତ୍ୟାଞ୍ଚଳ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଆକାଶମାର୍ଗରୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ସର୍ଭେ କରିବେ। ଏଥିସହ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍‌ କରିଥିବା କେନ୍ଦ୍ରପଡ଼ା ଜିଲ୍ଲା ହାବେଳୀଖଟିର ବି ସ୍ଥିତି ପରଖିବେ। ଏହାପରେ ମୁଖ୍ୟମନ୍ତ୍ରୀ SRC କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକରେ ଯୋଗ ଦେବେ ବୋଲି ଜଣାଯାଇଛି।

Advertisment

ଆଜି ମଧ୍ୟାହ୍ନ ୧୨ଟା ସମୟରେ ମୁଖ୍ୟମନ୍ତ୍ରୀ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପ୍ରଥମେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ଏରିଅଲ ସର୍ଭେ କରିବେ। ଉକ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ଏବଂ ଅନ୍ୟ ଅଧିକାରୀ ବି ଉପସ୍ଥିତ ରହିବେ।

ବାତ୍ୟା ‘ଦାନା’ ପରେ ପ୍ରବଳ ବର୍ଷା ହେତୁ ବୁଢ଼ାବଳଙ୍ଗ ନଦୀ ଉଛୁଳି ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଏପରିକି ବହୁ ଗାଁରେ ପାଣି ପଶିଯିବା ସହ ଶହ ଶହ ଏକର ଚାଷ ଜମି ପାଣିରେ ବୁଡ଼ି ରହିଛି।

Advertisment

ଏହାପରେ ମୁଖ୍ୟମନ୍ତ୍ରୀ ବାତ୍ୟା ଲ୍ୟାଣ୍ଡଫଲ୍‌ କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ହାବେଳୀଖଟିର ସ୍ଥିତିକୁ ଆକାଶମାର୍ଗରୁ ଅନୁଧ୍ୟାନ କରିବେ। ଏଥିସହ ସେଠାରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ବି ସବିଶେଷ ତଥ୍ୟ ସଂଗ୍ରହ କରିବେ। ସେଠାରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ SRC କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକରେ ଯୋଗ ଦେବେ ।

ଗତକାଲି ମୁଖ୍ୟମନ୍ତ୍ରୀ ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବହୁ ସ୍ଥାନର ଏରିଅଲ ସର୍ଭେ କରିଥିଲେ। ଏହାପରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ନଭେମ୍ବର ୨ ତାରିଖ ସୁଦ୍ଧା ସବୁ ବିଭାଗ କ୍ଷୟକ୍ଷତି ରିପୋର୍ଟ ଦାଖଲ କରିବେ। ଏହାପରେ ପ୍ରଭାବିତଙ୍କୁ ସରକାରୀ ସହାୟତା ମିଳିବ ବୋଲି ଘୋଷଣା କରିଥିଲେ । ଖୁବ୍‌ ଶୀଘ୍ର ବିଦ୍ୟୁତ ସରବରାହ ବ୍ୟବସ୍ଥା ସୁଧାରିବା ସହ  ଲୋକଙ୍କ ପାଖରେ ସମ୍ପୂର୍ଣ୍ଣ ସହାୟତା ମିଳିବା ନେଇ ଆଶ୍ୱାସନା ଦେଇଥିଲେ ମୁଖ୍ୟମନ୍ତ୍ରୀ। 

Mohan Majhi Cyclone Dana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe