Advertisment

ଆସନ୍ତାକାଲି ଚାଷୀଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ଦେବେ ମୁଖ୍ୟମନ୍ତ୍ରୀ

ଧାନ କିଣା ଯିବାର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ଏହି ଟଙ୍କା। ପୁରୀ, ସମ୍ବଲପୁର, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ବାଲେଶ୍ୱର, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଭଦ୍ରକ ଜିଲ୍ଲାରେ ଆସନ୍ତାକାଲି ସମାବେଶ କରି ବଣ୍ଟା ହେବ ଇନପୁଟ ସବସିଡ଼ି।

CM Mohan Charan Majhi

CM Mohan Charan Majhi

Advertisment

ଅପେକ୍ଷାର ଅନ୍ତ। ଚାଷୀ ପାଇବେ ୮ ଶହ ଟଙ୍କାର ଇନପୁଟ୍ ସବସିଡି। ଆସନ୍ତାକାଲି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବରଗଡ଼ ସୋହେଲାର ଇଚ୍ଛାପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୮ଶହ ଟଙ୍କାର ଇନପୁଟ୍ ସବସିଡି ବଣ୍ଟନ କରିବେ।

Advertisment

୨୦୨୪ ସାଧାରଣ ନିର୍ବାଚନରେ ଧାନ MSP ୩୧ ଶହ ଟଙ୍କା ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କ୍ଷମତାକୁ ଆସିବା ପରେ ବିଜେପି ସରକାର ମଧ୍ୟ ୨୩ ସହ MSP ସହ ୮ ଶହ ଟଙ୍କା ଇନପୁଟ ସବସିଡି ଘୋଷଣା କରିଥିଲେ। ଏବେ ଧାନ ବିକ୍ରି ପରେ ୨୩ଶହ ଟଙ୍କା MSP ଚାଷୀ ପାଉଥିବା ବେଳେ ଆସନ୍ତାକାଲିଠୁ ଚାଷୀ ଇନପୁଟ୍ ସବସିଡି ବାବଦକୁ ପାଇବେ ୮ ଶହ ଟଙ୍କା।

ଧାନ କିଣା ଯିବାର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ଏହି ଟଙ୍କା। ପୁରୀ, ସମ୍ବଲପୁର, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ବାଲେଶ୍ୱର, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଭଦ୍ରକ ଜିଲ୍ଲାରେ ଆସନ୍ତାକାଲି ସମାବେଶ କରି ବଣ୍ଟା ହେବ ଇନପୁଟ ସବସିଡ଼ି।

Advertisment
Bjp Cmo Of Odisha Bargarh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe