ଆସନ୍ତାକାଲି ବାମଦଳର ଓଡ଼ିଶା ବନ୍ଦ: ସତର୍କ କରାଇଲେ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପେଟ୍ରୋଲିୟମଜାତ ପଦାର୍ଥ ଓ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ ଆସନ୍ତାକାଲି ବାମ ଦଳ ଗୁଡ଼ିକ ପକ୍ଷରୁ ୬ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଆଜି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଗୃହ ବିଭାଗ ସ୍ୱତନ୍ତ୍ର ସଚିବ ସନ୍ତୋଷ କୁମାର ବାଲା ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ବାମଦଳର ବନ୍ଦ ଡାକରା ସମୟରେ ଆଇନଶୃଙ୍ଖଳା ସ୍ଥିତି ବଜାୟ ରଖିବା ପାଇଁ ପ୍ରତିଷେଧକ ବ୍ୟବସ୍ଥା ସହ ଅତ୍ୟାବଶ୍ୟକ […]

communist party

communist party

Ordigital Desk
  • Published: Wednesday, 14 July 2021
  • Updated: 15 July 2021, 12:29 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପେଟ୍ରୋଲିୟମଜାତ ପଦାର୍ଥ ଓ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ ଆସନ୍ତାକାଲି ବାମ ଦଳ ଗୁଡ଼ିକ ପକ୍ଷରୁ ୬ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଆଜି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ଗୃହ ବିଭାଗ ସ୍ୱତନ୍ତ୍ର ସଚିବ ସନ୍ତୋଷ କୁମାର ବାଲା ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ବାମଦଳର ବନ୍ଦ ଡାକରା ସମୟରେ ଆଇନଶୃଙ୍ଖଳା ସ୍ଥିତି ବଜାୟ ରଖିବା ପାଇଁ ପ୍ରତିଷେଧକ ବ୍ୟବସ୍ଥା ସହ ଅତ୍ୟାବଶ୍ୟକ ସେବା ଯେଭଳି ପ୍ରଭାବିତ ନହେବ ତାହା ସୁନିଶ୍ଚିତ କରିବାକୁ କହିଛନ୍ତି। ଆସନ୍ତାକାଲି ସକାଳ ୬ଟାରୁ ୧୨ଟା ପର୍ଯ୍ୟନ୍ତ ୬ଘଣ୍ଟା ଧରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ବ୍ୟବସାୟିକ ପ୍ରତିଷ୍ଠାନ, ବଜାର, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଫିସ, ପେଟ୍ରୋଲ ପମ୍ପ, କୋର୍ଟ, ବ୍ୟାଙ୍କ ଆଦି ସମେତ ଗାଡ଼ିମୋଟର ଚଳାଚଳ ଓ ରେଳ ଚଳାଚଳ ବନ୍ଦ ହେବାର ଆଶଙ୍କା କରାଯାଉଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ପରିସ୍ଥିତିକୁ ବଜାୟ ରଖିବା ନିମନ୍ତେ ସମସ୍ତ ପ୍ରକାରର ପ୍ରତିଷେଧକ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ ଅନୁରୋଧ କରାଯାଇଛି। ବାମଦଳର ଏହି ବନ୍ଦ ଡାକରାକୁ ରାଜ୍ୟର ଅନ୍ୟତମ ବିରୋଧୀ ଦଳ କଂଗ୍ରେସ ସମର୍ଥନ କରୁଛି।

ଏହାବ୍ୟତୀତ ଲୋକସେବା ଭବନ ଓ ଖାରବେଳ ଭବନରେ ମଧ୍ୟ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କର୍ମଚାରୀମାନଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ପହଂଚିବାକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ସକାଳ ୧୦ଟା ୧୫ସୁଦ୍ଧା ଲୋକସେବା ଭବନର ମୁଖ୍ୟ ଗେଟ୍ ବନ୍ଦ କରାଯିବ ଓ କେବଳ ପଛ ଗେଟ୍ ଖୋଲା ରହିବ ବୋଲି ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା ସମସ୍ତ ବିଭାଗର ସଚିବମାନଙ୍କୁ ଚିଠି ଲେଖି ଅବଗତ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos