Advertisment

ଜୁନାଗଡ଼ ଏନଏସିରେ ଆଜି ଅନାସ୍ଥା ଭୋଟ୍

ବିଜେପି ନଗରପାଳ ମୁକେଶ ଅଗ୍ରୱାଲଙ୍କ ବିରୋଧରେ ଏହି ଅନାସ୍ଥା ପ୍ରସ୍ତାବ ଆସିଛି।

ଅଦ୍ୟତନ ହୋଇଛି
undefined

Junagada Nac

Advertisment

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲଙ୍କ ବିରୋଧରେ ହେବ ଆଜି ଅନାସ୍ଥା ଭୋଟ୍। ଦିନ ୧୧ଟା ସମୟରେ ଅନାସ୍ଥା ଭୋଟ ଗ୍ରହଣ କରାଯିବ।

Advertisment

ବିଜେପି ନଗରପାଳ ମୁକେଶ ଅଗ୍ରୱାଲଙ୍କ ବିରୋଧରେ ଏହି ଅନାସ୍ଥା ପ୍ରସ୍ତାବ ଆସିଛି। ଜୁନାଗଡ଼ NACର ମୋଟ୍ କାଉନସିଲରଙ୍କ ସଂଖ୍ୟା ୧୨ ଥିବା ବେଳେ ସେମାନଙ୍କ ଭିତରୁ ବିଜେଡିର ୧୦ ଓ ବିଜେପିର ମାତ୍ର ୨ ଜଣ କାଉନସିଲର ଅଛନ୍ତି। ତେଣୁ ନଗରପାଳ ଭାବେ ସିଧାସଳଖ ନିର୍ବାଚିତ ହୋଇଥିବା ମୁକେଶ ପଦ ହରାଇବାର ଆଶଙ୍କା ବଢ଼ିଛି।

ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ କାଉନସିଲରମାନଙ୍କୁ ଅଣଦେଖା କରିବା ସହ ବିଭିନ୍ନ ଅନିୟମିତତା କାର୍ଯ୍ୟ କରୁଥିବା ନେଇ ଅନାସ୍ଥା ପ୍ରସ୍ତାବ ପାଇଁ ଗତ ୧୬ତାରିଖରେ କଳାହାଣ୍ଡି ଜିଲ୍ଲାପାଳଙ୍କ ପାଖରେ ଫେରାଦ ହୋଇଥିଲେ ଜୁନାଗଡ଼ ଏନଏସି ଉପାଧ୍ୟକ୍ଷଙ୍କ ନେତୃତ୍ୱରେ ୧୦ ଜଣ କାଉନସିଲର। ପରେ ଜିଲ୍ଲାପାଳ ସେମାନଙ୍କ ଦାବି ଗ୍ରହଣ ସହ ଅଗଷ୍ଟ ୧ ତାରିଖେ ଅନାସ୍ଥା ଭୋଟ ପାଇଁ ତାରିଖ ଧାର୍ଯ୍ୟ କରିଥିଲେ। 

Advertisment
Kalahandi NAC
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe