Advertisment

'ହାଇଟେକ୍ ମାଲିକଙ୍କୁ ସରକାର ସୁରକ୍ଷା ଦେଉଛନ୍ତି’

ମୃତକ ପରିବାରକୁ ୫୦ ଲକ୍ଷ ଟଙ୍କା ଦିଆଯିବା ସହ ହାଇଟେକର ମାଲିକ ତିରୁପତି ପାଣିଗ୍ରାହୀଙ୍କୁ ଗିରଫ କରାଯିବା ପାଇଁ ଛାତ୍ର କଂଗ୍ରେସ ଦାବି କରିଛି।

author-image
Manoj Swain

ହାଇଟେକ୍‌ ଟ୍ରାଜେଡିକୁ ନେଇ ରାଜରାସ୍ତାରେ ଗର୍ଜିଲା ଛାତ୍ର କଂଗ୍ରେସ। ଆଜି ଛାତ୍ର କଂଗ୍ରେସର କର୍ମୀମାନେ ଏକ ରାଲିରେ ଆସି ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ଘର ଉପରକୁ ଅଣ୍ଡା ମାଡ଼ କରିଛନ୍ତି। ଏହାସହ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘର ସାମ୍ନାରେ ଆନ୍ଦୋଳନ କରିବା ସହ ନାରାବାଜି କରିଛନ୍ତି। ସେହିଭଳି ମୃତକ ପରିବାରକୁ ୫୦ ଲକ୍ଷ ଟଙ୍କା ଦିଆଯିବା ସହ ହାଇଟେକର ମାଲିକ ତିରୁପତି ପାଣିଗ୍ରାହୀଙ୍କୁ ଗିରଫ କରାଯିବା ପାଇଁ ଛାତ୍ର କଂଗ୍ରେସ ଦାବି କରିଛି।  

Advertisment
Congress Bhubaneswar Odisha