Advertisment

ପଦ ଛାଡ଼ିଲେ ଭକ୍ତ ଦାସ; କହିଲେ- ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଉଛି

ଚଳିତ ନିର୍ବାଚନରେ ରାଜ୍ୟରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପଦ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ । ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି।

ଅଦ୍ୟତନ ହୋଇଛି
undefined

Bhakta Das

Advertisment

ଚଳିତ ନିର୍ବାଚନରେ ରାଜ୍ୟରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପଦ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ । ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି।

Advertisment

ରାଜ୍ୟରେ ଉଭୟ ବିଧାନସଭା ଓ ଲୋକସଭା ଆସନରେ ଦଳର ଖରାପ ପ୍ରଦର୍ଶନ ପରେ ସେ ପଦ ଛାଡ଼ିଛନ୍ତି । ନିଜର ଇସ୍ତଫା ପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ପଠାଇଛନ୍ତି ଭକ୍ତ।

କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସଙ୍କୁ ନିଯୁକ୍ତ କରାଯାଇଥିଲା। ମାତ୍ର ଏବେ ସେ ନିଜ ପଦରୁ ଇସ୍ତଫା ଦେଇ ଦେଇଛନ୍ତି।

Advertisment

ଏନେଇ ଭକ୍ତ ଦାସ କହିଛନ୍ତି, ଆମେ ଅତି କମ୍‌ରେ ୪୦୪୫ ସିଟ୍‌ରେ ବିଜୟ ହାସଲ କରି ପାରିଥାନ୍ତୁ। ମାତ୍ର ଦଳ ସେପରି ପ୍ରଦର୍ଶନ କରି ପାରିଲାନି। କ୍ୟାମ୍ପେନ କମିଟି ତରଫରୁ ତତ୍ପରତା ପ୍ରକାଶ ପାଇ ପାରିଲାନି। ଆମେ ଯେଉଁ ହିସାବରେ ସଭା-ସମିତି କରିବା କଥା କରି ପାରିଲୁନି। ମୁଁ ନିଜେ ନିର୍ବାଚନ ନ ଲଢ଼ିଥିଲେ ହୁଏତ ପ୍ରଚାରକୁ ଅଧିକ ତ୍ୱରାନ୍ୱିତ କରି ପାରିଥାନ୍ତି। ନିର୍ବାଚନ ସମୟରେ ବରିଷ୍ଠ ନେତାଙ୍କ ବୈଠକ ହୋଇ ପାରିଲାନି। ମୋ’ ପଦ ହିସାବରେ ଆହୁରି ଅଧିକ ପ୍ରଦର୍ଶନ କରିବାର ଥିଲା, ଯାହାକି କରି ପାରିଲିନି।

ତେଣୁ ନୈତିକ ଦାୟିତ୍ୱ ସ୍ୱରୁପ ମୋତେ ମିଳିଥିବା ପଦକୁ ମୁଁ ତ୍ୟାଗ କରୁଛି। ପ୍ରତି ପାର୍ଲାମେଣ୍ଟ ଓ ବିଧାନସଭା ନିର୍ବାଚନ ପରେ ସାଙ୍ଗଠନିକ କାର୍ଯ୍ୟର ସମୀକ୍ଷା ହେବା ଉଚିତ । ଏହାଦ୍ୱାରା ଦଳର ଖରାପ ପ୍ରଦର୍ଶନ ପଛର କାରଣ ଜଣାପଡ଼ି ପାରିବ ବୋଲି କହିଛନ୍ତି ଭକ୍ତ ଦାସ।

ଚଳିତ ନିର୍ବାଚନରେ ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ ନିଜେ ନର୍ଲାରୁ କଂଗ୍ରେସ ଟିକେଟରେ ମଇଦାନକୁ ଓହ୍ଲାଇଥିଲେ। ଏଥିସହ ସେ ନିଜ ପୁଅ ସାଗର ଦାସଙ୍କୁ ଭବାନୀପାଟଣାରୁ ପ୍ରାର୍ଥୀ କରିଥିଲେ । ମାତ୍ର ସେ ନିଜେ ହାରି ଯାଇଥିବା ବେଳେ ପୁଅକୁ କିନ୍ତୁ ପ୍ରଥମ ନିର୍ବାଚନରେ ହିଁ ବିଜୟର ସ୍ୱାଦ ଚଖାଇବାରେ ସଫଳ ହୋଇ ପାରିଛନ୍ତି।

Congress Bhakta Das
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe