Advertisment

ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ

ଉତ୍ତର ପ୍ରଦେଶ ରାୟବରେଲୀରୁ ଲଢ଼ିବେ ରାହୁଲ ଗାନ୍ଧି

ଅଦ୍ୟତନ ହୋଇଛି
Rahul gandhi

Rahul gandhi

Advertisment

କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ ହୋଇଛି। ଆଜି ସେ ରାୟଗଡ଼ା ଆସିବେ ନାହିଁ। ଏନେଇ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଉତ୍ତର ପ୍ରଦେଶ ରାୟବରେଲୀରୁ ଲଢ଼ିବେ ରାହୁଲ ଗାନ୍ଧି। ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଆଜି ନାମାଙ୍କନର ଶେଷ ତାରିଖ ଥିବା ବେଳେ ରାହୁଲ ରାୟବରେଲି ଯିବେ। ସେଠାରେ ସେ ନାମାଙ୍କନ ଭରିବେ। ଏହି କାରଣରୁ ରାହୁଲ ରାୟଗଡ଼ା ଆସିବେ ନାହିଁ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାହୁଲ ମଧ୍ୟାହ୍ନ ୧୨ଟାରେ ହେଲିକେପ୍ଟର ଯୋଗେ ରାୟଗଡାରେ ଆସିବାର କାର୍ଯ୍ୟକ୍ରମ ଥିଲା। ଏହାପରେ ସେ ସ୍ଥାନୀୟ ଜିଆଇଏସିଆର୍ କଲେଜ ସମ୍ମୁଖପଡିଆରେ ଆୟୋଜିତ ବିରାଟ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଥାନ୍ତେ। 

Advertisment
Congress Rahul Gandhi Rayagada
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe