୧୧ରେ ସବୁ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସାଧାରଣ ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଥିବାବେଳେ କେନ୍ଦ୍ର ସରକାର କ୍ରମାଗତ ତୈଳଦର ବୃଦ୍ଧି କରୁଛନ୍ତି। ଏହାର ପ୍ରତିବାଦରେ କଂଗ୍ରେସ ଆସନ୍ତା ୧୧ ତାରିଖ ଦିନ ରାଜ୍ୟର ସବୁ ପେଟ୍ରୋଲ ପମ୍ପ ଆଗରେ ଦଳ ପକ୍ଷରୁ ୪ଘଣ୍ଟିଆ ବିକ୍ଷୋଭ ଓ ଧାରଣା ଦିଆଯିବ ବୋଲି କଂଗ୍ରେସ କହିଛି। ଆଜି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, କରୋନାର ୨ୟ ଲହର ସାରା ଦେଶକୁ କବଳିତ […]

Niranjan Patnaik

Niranjan Patnaik

Ordigital Desk
  • Published: Tuesday, 08 June 2021
  • Updated: 08 June 2021, 10:56 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସାଧାରଣ ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଥିବାବେଳେ କେନ୍ଦ୍ର ସରକାର କ୍ରମାଗତ ତୈଳଦର ବୃଦ୍ଧି କରୁଛନ୍ତି। ଏହାର ପ୍ରତିବାଦରେ କଂଗ୍ରେସ ଆସନ୍ତା ୧୧ ତାରିଖ ଦିନ ରାଜ୍ୟର ସବୁ ପେଟ୍ରୋଲ ପମ୍ପ ଆଗରେ ଦଳ ପକ୍ଷରୁ ୪ଘଣ୍ଟିଆ ବିକ୍ଷୋଭ ଓ ଧାରଣା ଦିଆଯିବ ବୋଲି କଂଗ୍ରେସ କହିଛି।

ଆଜି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, କରୋନାର ୨ୟ ଲହର ସାରା ଦେଶକୁ କବଳିତ କରିଥିବା ସମୟରେ କେନ୍ଦ୍ରର ମୋଦି ସରକାର ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲର ଦରବୃଦ୍ଧି କରିବାରେ ଲାଗିଛନ୍ତି। ଦେଶର କେତେକ ଅଂଚଳରେ ପେଟ୍ରୋଲ ଓ ଡିଜେଲର ଦର ଲିଟର ପ୍ରତି ୧୦୦ ଟଙ୍କା ପାର ହୋଇଛି ଓ ଜନସାଧାରଣଙ୍କ ପାଇଁ ଏହା ଅତ୍ୟନ୍ତ ପୀଡ଼ାଦାୟକ ହୋଇଛି, ଯେଉଁଥିପାଇଁ ଘରୋଇ ସାମଗ୍ରୀ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଦର ଆକାଶଛୁଆ ହୋଇଛି। ବିଗତ ୧୩ ମାସ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୨୫.୭୨ ଟଙ୍କା ଓ ଡିଜେଲ ୨୩.୯୩ ଟଙ୍କା କେନ୍ଦ୍ର ସରକାର ବଢ଼ାଇଥିଲାବେଳେ ଏହି ବର୍ଷର ଗତ ୫ମାସ ମଧ୍ୟରେ ତୈଳଦରକୁ ୪୩ ଥର ଦର ବୃଦ୍ଧି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ସରକାର ଟିକସ ବୃଦ୍ଧିର ବାହାନାରେ ମହାମାରୀ ସମୟରେ ଲୋକଙ୍କଠାରୁ ଲୁଟିବା ଓ ଅବିଳମ୍ବେ ତୈଳଜାତ ଦ୍ରବ୍ୟ (ଉଭୟ ପେଟ୍ରୋଲ ଓ ଡିଜେଲ)ର ଦର ହ୍ରାସ କରିବାର ଆବଶ୍ୟକ ରହିଛି। ଏଆଇସିସିିର ନିର୍ଦ୍ଦେଶରେ ଚଳିତ ମାସ ୧୧ ତାରିଖ ଶୁକ୍ରବାର ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସହରାଂଚଳ ଓ ଗ୍ରାମାଚଂଳର ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ଦଳ ତରଫରୁ ସାଂକେତିକ ଭାବେ ଧାରଣା ଓ ବିକ୍ଷୋଭ କରିବାକୁ ପିସିସି ନିଷ୍ପତ୍ତି ନେଇଛି।

ଏହି ଧାରଣା ଓ ବିକ୍ଷୋଭ ପାଳନବେଳେ କୋଭିଡ ଗାଇଡଲାଇନକୁ ଅନୁପାଳନ କରି ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତାକୁ ବଜାୟରଖି କରି ବ୍ୟାନର, ପ୍ଲାକାର୍ଡରେ ‘ଡିଜେଲ, ପେଟ୍ରୋଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି, ଆର୍ଥିକ ମାନ୍ଦାବସ୍ଥା, ଉତ୍କଟ ବେକାରୀ ସମସ୍ୟା ବୃଦ୍ଧି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ଓ ମଜୁରୀ ଓ ରୋଜଗାର କମିବା’ ଉପରେ ସ୍ଲୋଗାନ ଲେଖି ଜନସାଧାରଣଙ୍କୁ କେନ୍ଦ୍ର ସରକାରଙ୍କ ବିଫଳତା ବିଷୟରେ ସୂଚାଇବାକୁ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ବିଶେଷ ଅନୁରୋଧ କରିଛନ୍ତି। ୧୧ତାରିଖରେ ଏହି ପ୍ରସ୍ତାବିତ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲ୍ଲା କଂଗ୍ରେସ ସଭାପତିମାନେ ତୁରନ୍ତ ଜିଲ୍ଳା, ବ୍ଲକ ଓ ନଗର ସ୍ତରରେ ପ୍ରସ୍ତୁତି ବୈଠକ ଡାକିବା ସହ ଏହାକୁ ସଫଳ କରିବା ନିମନ୍ତେ ସମସ୍ତ କଂଗ୍ରେସ ନେତା ଓ କର୍ମୀମାନଙ୍କୁ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ପେଟ୍ରୋଲ ଲିଟର ପିଛା ପ୍ରାୟ ୧୦୦ଟଙ୍କାରେ ପହଂଚିବାପରେ ଏବେ ଉଭୟ ବିଜେଡି ଓ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ ଧାରଣା କାର୍ଯ୍ୟକ୍ରମ ମାଧ୍ୟମରେ କେନ୍ଦ୍ର ସରକାରଙ୍କ ଉପରେ ଚାପ ପ୍ରୟୋଗ କରାଯାଉଛି। ବିଜେଡି ଖୋଲାଖୋଲି ଭାବେ ରାଜରାସ୍ତାକୁ ଓହ୍ଲାଇ ବିରୋଧ କରିପାରୁନଥିବାବେଳେ କଂଗ୍ରେସ ୧୧ତାରିଖରେ ୪ଘଣ୍ଟିଆ ବିକ୍ଷୋଭ ଓ ଧାରଣା କରିବାକୁ ନିଷ୍ପତ୍ତି ନେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story