‘ବନ୍ଧନରେ ରହି ମୁଁ ଅଣ ନିଶ୍ବାସୀ ହୋଇଯାଇଥିଲି’| Odisha Reporter
ବିଜେଡିରୁ ଆଜି ଇସ୍ତଫା ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ଏକ ପ୍ରେସମିଟରେ ସେ ଦେଇଛନ୍ତି ଏହି ସୂଚନା। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଥିବା କହିଛନ୍ତି। କଟକରୁ ୬ ଥର ସାଂସଦ ହୋଇଛନ୍ତି ଭର୍ତ୍ତୃହରି। ସେ ୧୯୯୮, ୧୯୯୯, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ କଟକରୁ ଲୋକସଭା ନିର୍ବାଚନ ଜିତିଛନ୍ତି। ଭର୍ତ୍ତୃହରି ମହତାବ କହିଛନ୍ତି, ଧୈର୍ଯ୍ୟର ଗୋଟିଏ ସୀମା ଥାଏ। ଧୈର୍ଯ୍ୟ ସୀମା ଟପିଗଲା। ଦଳର ସଂଚାଳନ ଓ ପରିଚାଳନାରେ ସଂଶୋଧନ ପାଇଁ ଉଦ୍ୟମ କରିଥିଲି। ଦଳର ଆଚରଣ ସଂଶୋଧନ ପାଇଁ ଚେଷ୍ଟା କରି ବିଫଳ ହେଲି। ସେଥିପାଇଁ ଦଳରେ ରହିବା ଆବଶ୍ୟକ ମନେ କଲି ନାହିଁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
