Advertisment

କାହିଁକି ବିଜେଡି ଛାଡିଲେ ଭର୍ତ୍ତୃହରି ମହତାବ ?

କଟକରୁ ୬ ଥର ସାଂସଦ ହୋଇଛନ୍ତି ଭର୍ତ୍ତୃହରି। ସେ ୧୯୯୮, ୧୯୯୯, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ କଟକରୁ ଲୋକସଭା ନିର୍ବାଚନ ଜିତିଛନ୍ତି।

Advertisment

ବିଜେଡିରୁ ଆଜି ଇସ୍ତଫା ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ଏକ ପ୍ରେସମିଟରେ ସେ ଦେଇଛନ୍ତି ଏହି ସୂଚନା। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଥିବା କହିଛନ୍ତି। କଟକରୁ ୬ ଥର ସାଂସଦ ହୋଇଛନ୍ତି ଭର୍ତ୍ତୃହରି। ସେ ୧୯୯୮, ୧୯୯୯, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ କଟକରୁ ଲୋକସଭା ନିର୍ବାଚନ ଜିତିଛନ୍ତି। ଭର୍ତ୍ତୃହରି ମହତାବ କହିଛନ୍ତି,  ଧୈର୍ଯ୍ୟର ଗୋଟିଏ ସୀମା ଥାଏ। ଧୈର୍ଯ୍ୟ ସୀମା ଟପିଗଲା। ଦଳର ସଂଚାଳନ ଓ ପରିଚାଳନାରେ ସଂଶୋଧନ ପାଇଁ ଉଦ୍ୟମ କରିଥିଲି। ଦଳର ଆଚରଣ ସଂଶୋଧନ ପାଇଁ ଚେଷ୍ଟା କରି ବିଫଳ ହେଲି। ସେଥିପାଇଁ ଦଳରେ ରହିବା ଆବଶ୍ୟକ ମନେ କଲି ନାହିଁ।

Advertisment
Odisha Bhartruhari Mahtab
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe