Advertisment

ଗୋଟି ପହଣ୍ଡିବେଳେ ଅଘଟଣ: ପୁରୀ ଗଲେ ଉପମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପୁରୀ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Puri

Puri

Advertisment

ପୁରୀ ଶ୍ରୀକ୍ଷେତ୍ରରେ ଆଜି ଆଡ଼ପମଣ୍ଡପ ବିଜେ ଗୋଟି ପହଣ୍ଡିବେଳେ ବଡ଼ଠାକୁର ଶ୍ରୀବଳଭଦ୍ର ଚାରମାଳରେ ଖସି ପଡ଼ିବା ଘଟଣାକୁ ରାଜ୍ୟ ସରକାର ଅତ୍ୟନ୍ତ ଗୁରୁତ୍ୱର ସହ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପୁରୀ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେଠାରେ ରହି ଉପଯୁକ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିବା ଜଣାପଡ଼ିଛି। ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହତ ସେବାୟତମାନଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି।

Advertisment

ଆଜି ଆଡ଼ପମଣ୍ଡପକୁ ଗୋଟି ପହଣ୍ଡିବେଳେ ଚାରମାଳ ଉପରେ ବଡ଼ଠାକୁର ଶ୍ରୀବଳଭଦ୍ର ହାମୁଡ଼େଇ ପଡ଼ିଯାଇଥିଲେ। ଫଳରେ ସେବାୟତମାନେ ମଧ୍ୟ ରଥ ତଳକୁ ଖସି ପଡ଼ିଥିଲେ। ୭ରୁ ଅଧିକ ସେବାୟତ ଆହତ ହୋଇଥିବା ଜଣାପଡ଼ିଛି। ଏହି ଖବର ମିଳିବା ପରେ ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ପ୍ରଥମେ ପୁରୀ ପଠାଯାଇଥିଲା ଓ ପରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ାଙ୍କୁ ପୁରୀ ଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି। ତିନିଠାକୁରଙ୍କ ଗୋଟି ପହଣ୍ଡିବେଳେ ଏଭଳି ଅଘଟଣକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଛି।

Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe