Advertisment

ହାରିବା ଭୟରେ ବଳ ଫୁଙ୍କିବା ପାଇଁ ଛାଡ଼ିଦେଲେ !

ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ନିଜ ଅଂଚଳରେ ଦଳୀୟ ସଂଗଠନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ସେ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି।

author-image
Manoj Swain

ବୁଧବାର ଦିନ ଉପବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ରଜନୀକାନ୍ତ ସିଂହ। ବାଚସ୍ପତିଙ୍କୁ ଭେଟି ସେ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ନିଜ ଅଂଚଳରେ ଦଳୀୟ ସଂଗଠନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ସେ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ଇସ୍ତଫା ଦେବା ପରେ ରଜନୀକାନ୍ତ ସିଂହ କହିଛନ୍ତି, ସାମ୍ବିଧାନିକ ପଦରେ ଥିବାରୁ ଦଳୀୟ କାର୍ଯ୍ୟ କରିପାରୁନଥିଲି। ଦଳୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ଓ ଦଳୀୟ ସଂଗଠନକୁ ସୁଦୃଢ଼ କରିବାକୁ ଇସ୍ତଫା ଦେଇଛି।

Advertisment
Odisha BjD Naveen Patnaik