୯୧ଜଣ ପୂର୍ବତନ ବିଡିଓଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରାଧୀନ ଅଛି: ପଂଚାୟତିରାଜ ମନ୍ତ୍ରୀ

ଆଜି ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ କୁମାର ବେହେରାଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ପଂଚାୟତିରାଜ ମନ୍ତ୍ରୀ ଶ୍ରୀ ନାଏକ ରାଜ୍ୟରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରାଧୀନ ଥିବା ପୂର୍ବତନ ବିଡିଓଙ୍କ ତାଲିକାକୁ ସାର୍ବଜନୀନ କରିଛନ୍ତି ।

ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ।

  • Published: Wednesday, 28 August 2024
  • , Updated: 28 August 2024, 08:50 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୯୧ଜଣ ପୂର୍ବତନ ବିଡିଓଙ୍କ ବିରୁଦ୍ଧରେ ଏବେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଚାରାଧୀନ ରହିଛି । ଏହି କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟାର ସମାପ୍ତି ପାଇଁ ରାଜ୍ୟ ସରକାର ଆବଶ୍ୟକୀୟ ପଦକ୍ଷେପ ନେଉଛନ୍ତି ବୋଲି ପଂଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି ।
ଆଜି ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ କୁମାର ବେହେରାଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ପଂଚାୟତିରାଜ ମନ୍ତ୍ରୀ ଶ୍ରୀ ନାଏକ ରାଜ୍ୟରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରାଧୀନ ଥିବା ପୂର୍ବତନ ବିଡିଓଙ୍କ ତାଲିକାକୁ ସାର୍ବଜନୀନ କରିଛନ୍ତି ।

ଏହି ସମାପନା ପାଇଁ ସରକାର ଆବଶ୍ୟକୀୟ ପଦକ୍ଷେପ ନେଉଛନ୍ତି । ତେବେ ଏହି ବିଡିଓମାନଙ୍କ ବିରୁଦ୍ଧରେ କେବେ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଆରମ୍ଭ ହୋଇଥିଲା ସେନେଇ ମନ୍ତ୍ରୀ କିଛି ସୂଚନା ଦେଇନାହାନ୍ତି ।

ମନ୍ତ୍ରୀ ଶ୍ରୀ ନାଏକ ଯେଉଁ ୯୧ଜଣ ବିଡିଓଙ୍କ ତାଲିକା ଦେଇଛନ୍ତି ସେମାନଙ୍କ ମଧ୍ୟରୁ ଅଧିକାଂଶ ଏବେ ସମସ୍ତେ ସମ୍ପୃକ୍ତ ବ୍ଲକର ପୂର୍ବତନ ବିଡିଓ ବୋଲି ନିଜେ ମନ୍ତ୍ରୀ ତାଙ୍କ ଉତ୍ତରରେ ଉଲ୍ଲେଖ କରିଛନ୍ତି ।

Related story