Advertisment

ଜମି ଦୁର୍ନୀତି ମାମଲା: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ କଲା ଇଡି

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)।

author-image
Debibandita Barick
Siddaramaiah

Siddaramaiah

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଜମି ଦୁର୍ନୀତି ମାମଲାରେ ଅର୍ଥ ହେରଫେର ଅଭିଯୋଗ ଆଣି ଏହି ମାମଲା ରୁଜୁ କରାଯାଇଛି। ଏହା ପୂର୍ବରୁ ଲୋକାୟୁକ୍ତ ସିଦ୍ଧରମୈୟା, ତାଙ୍କ ପତ୍ନୀ ଏବଂ ଶଳାଙ୍କ ନାଁରେ ମାମଲା ରୁଜୁ କରିଥିଲା।

Advertisment

ମୈସୁର ସହରାଞ୍ଚଳ ବିକାଶ ପ୍ରାଧିକରଣ (MUDA) ଜମି ଆବଣ୍ଟନରେ ହେରଫେର ଅଭିଯୋଗରେ ଏହି ମାମଲା ରୁଜୁ କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ନିକଟରେ ଦୁର୍ନୀତି ନିବାରଣ ସଂସ୍ଥା ଲୋକାୟୁକ୍ତ ରୁଜୁ କରିଥିଲା ମାମଲା। ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଉ ଏକ ମାମଲା ରୁଜୁ କରିଛି। 

କର୍ଣ୍ଣାଟକର ଜଣେ ଆରଟିଆଇ କାର୍ଯ୍ୟକର୍ତ୍ତା ଟି.ଜେ ଆବ୍ରାହମ ମୈସୁର ସହରାଞ୍ଚଳ ବିକାଶ ପ୍ରାଧିକରଣ (MUDA) ଜମି ଆବଣ୍ଟନରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୁଦ୍ଧରେ ଘୋଟାଲା ଅଭିଯୋଗ ଆଣିଥିଲେ। ନିୟମ ଉଲ୍ଲଙ୍ଘନ କରି ସିଦ୍ଧରମୈୟାଙ୍କ ପତ୍ନୀଙ୍କୁ MUDA ବହୁମୂଲ୍ୟର ସମ୍ପତ୍ତି ଦେଇଥିବା ସେ ଅଭିଯୋଗ କରିଥିଲେ।

Advertisment

ଏହି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କରି ତଦନ୍ତ ନିର୍ଦ୍ଦେଶ ଦେବାକୁ ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟଙ୍କୁ ସେ ଅନୁରୋଧ କରିଥିଲେ। ଅନୁରୋଧ କ୍ରମେ ଅଗଷ୍ଟରେ ରାଜ୍ୟପାଳ ଲୋକାୟୁକ୍ତ ପୁଲିସକୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏହା ବିରୁଦ୍ଧରେ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।

ମାତ୍ର ହାଇକୋର୍ଟ ତାଙ୍କ ଆବେଦନକୁ ଖାରଜ କରି ମାମଲା ରୁଜୁ ନିର୍ଦ୍ଦେଶ ଦେବା ପରେ ଲୋକାୟୁକ୍ତ ପରେ ଇଡି ଏବେ ତାଙ୍କ ବିରୁଦ୍ଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। 

Land Scam Ed Siddaramaiah