ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡା ମାଡ଼

ଭବାନୀପାଟଣା (ରାଜକୁମାର ସିଂଦେଓ): ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ବିବାଦୀୟ ହୋଇପଡ଼ିଥିବା ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ହୋଇଛି। କଂଗ୍ରେସ ପକ୍ଷରୁ ଅଣ୍ଡା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏପରିକି ତାଙ୍କୁ କଳା ପତାକା ପ୍ରଦର୍ଶନ କରାଯାଇଛି। ଆଜି ସନ୍ଧ୍ୟା ବେଳେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କେସିଙ୍ଗାରେ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିବାକୁ ଯାଉଥିଲେ। ଏହି ସମୟରେ କଂଗ୍ରେସ କର୍ମୀମାନେ ତାଙ୍କ ଗାଡ଼ି […]

Dibya-Shankar-Mishra

Dibya-Shankar-Mishra

Manoranjan Sial
  • Published: Wednesday, 29 December 2021
  • Updated: 29 December 2021, 08:55 PM IST

Sports

Latest News

ଭବାନୀପାଟଣା (ରାଜକୁମାର ସିଂଦେଓ): ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ବିବାଦୀୟ ହୋଇପଡ଼ିଥିବା ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ହୋଇଛି। କଂଗ୍ରେସ ପକ୍ଷରୁ ଅଣ୍ଡା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏପରିକି ତାଙ୍କୁ କଳା ପତାକା ପ୍ରଦର୍ଶନ କରାଯାଇଛି।

ଆଜି ସନ୍ଧ୍ୟା ବେଳେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କେସିଙ୍ଗାରେ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିବାକୁ ଯାଉଥିଲେ। ଏହି ସମୟରେ କଂଗ୍ରେସ କର୍ମୀମାନେ ତାଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ କରିବା ସହ କଳା ପତାକା ପ୍ରଦର୍ଶନ କରିଥିଲେ। ମନ୍ତ୍ରୀଙ୍କ ଗସ୍ତକୁ ନେଇ ସହରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଛକ ଛକରେ ପୁଲିସ ଜଗି ରହିଥିଲେ। ଏହା ସତ୍ତ୍ୱେ ମନ୍ତ୍ରୀଙ୍କ ଗାଡ଼ି ଉପରକୁ କଂଗ୍ରେସ କର୍ମୀମାନେ ଅଣ୍ଡା ମାଡ଼ କରିଛନ୍ତି।

ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ପୁଲିସ ଗୋବିନ୍ଦ ସାହୁ ଓ ତାଙ୍କ ସହଯୋଗୀ ରାଧେକୁ ଗିରଫ କରିଛି। ଗୋବିନ୍ଦଙ୍କ ସହିତ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଫଟୋ ଭାଇରାଲ୍‌ ହେବା ପରେ ରାଜ୍ୟ ରାଜନୀତି ଉଷ୍ମ ହୋଇଥିଲା। ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଓ ଗିରଫ ଦାବି କରିଥିଲା ବିଜେପି ଓ କଂଗ୍ରେସ। ମନ୍ତ୍ରୀ ଓ ବିଜେଡି ବିଧାୟକଙ୍କୁ ସବୁଠି ବରୋଧ କରାଯାଇଥିଲା। ଏପରିକି ଅନେକ ମନ୍ତ୍ରୀଙ୍କୁ ଅଣ୍ଡା ମାଡ଼ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos