Advertisment

ଓଡ଼ିଶାରେ ନିର୍ବାଚନୀ ମହାକୁମ୍ଭ ଆରମ୍ଭ; ୪ ଲୋକସଭା ସହ ୨୮ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

ଆଜି ଓଡ଼ିଶାରେ ଆରମ୍ଭ ହେଇଛି ନିର୍ବାଚନୀ ମହାକୁମ୍ଭ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୬ଟି ବିଧାନସଭା ଲାଗି ଆରମ୍ଭ ଚାଲିଛି ମତଦାନ।

author-image
Niharika Rout
ଅଦ୍ୟତନ ହୋଇଛି
Vote

Vote

ଆଜି ଓଡ଼ିଶାରେ ଆରମ୍ଭ ହେଇଛି ନିର୍ବାଚନୀ ମହାକୁମ୍ଭ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଲାଗି ଆରମ୍ଭ ଚାଲିଛି ମତଦାନ।

Advertisment

ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ।

ଏହି ୪ଟି ଲୋକସଭା ନିର୍ବାଚନମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର ୨୨୨ ଭୋଟର ମତଦାନ କରିବେ । ଏମାନଙ୍କ ମଧ୍ୟରେ ୩୦ ଲକ୍ଷ ୯୭ ହଜାର ୫୨୭ ପୁରୁଷ ଏବଂ ୩୧ ଲକ୍ଷ ୮୯ ହଜାର ୬୦ ମହିଳା ଏବଂ ୬୩୫ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି ।

Advertisment

ଏହି ପର୍ଯ୍ୟାୟରେ ପୁରୁଷଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି । ସେହିପରି ୧ ଲକ୍ଷ ୭୫ ହଜାର ଯୁବ ଭୋଟର ରହିଛନ୍ତି । ଏହି ପର୍ଯ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ପରିଚାଳିତ । ୧ ହଜାର ୨୬୪ଟି କ୍ରିଟିକାଲ ମତଦାନ କେନ୍ଦ୍ର ରହିଛି ।

ସେହିପରି ୪ଟି ପର୍ଯ୍ୟାୟରେ ସଂସଦୀୟ କ୍ଷେତ୍ର ଲାଗି ୩୭ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ଲାଗି ୨୪୩ ପ୍ରାର୍ଥୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି ।

ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ୮ଟି ଜିଲ୍ଲାରେ ମୋଟ୍ ୭ ହଜାର ୨୯୮ ପୋଲିଂ ବୁଥର ବ୍ୟବସ୍ଥା ହୋଇଛି। ତା ଭିତରୁ ୫୩୭ଟି ବୁଥ୍ ନକ୍ସଲ ପ୍ରଭାବିତ ଅଞ୍ଚଳରେ ରହିଛି। ସୀମାନ୍ତ ଜିଲ୍ଲାଗୁଡ଼ିକରେ ଭୋଟ୍ ପଡ଼ିବାକୁ ଥିବାରୁ ଏଥିଲାଗି ଗ୍ରହଣ କଡ଼ା ସୁରୁକ୍ଷା ବ୍ୟବସ୍ଥା କରାଯାଇଛି। ୧୭ ହଜାର ପୁଲିସ ଫୋର୍ସ, ୧୦୪ କମ୍ପାନୀ ଅର୍ଦ୍ଧସାମରିକ ବାହିନୀ ମୁତୟନ ହୋଇଛନ୍ତି ।

ସୀମାନ୍ତରେ ୫୧ଟି ବର୍ଡର ଚେକ୍ ପୋଷ୍ଟ କରାଯିବା ସହ ଚେକିଂ ଜୋରଦାର ହୋଇଛି। ହେଲିକପ୍ଟର ଓ ଏୟାର ଆମ୍ବୁଲାନ୍ସ ବି ସଜାଗ ଥିବା କହିଛନ୍ତି ପୁଲିସ୍ ଡିଜି ଅରୁଣ ଷଡ଼ଙ୍ଗୀ। ସୁରକ୍ଷାର ତଦାରଖ ଲାଗି ୬ ଶହ ମୋବାଇଲ ପାର୍ଟି ନିୟୋଜିତ ହୋଇଛନ୍ତି। ଗୋଟିଏ ମୋବାଇଲ ପାର୍ଟି ୧୦ରୁ ୧୨ଟି ବୁଥକୁ ବୁଲି ରିପୋର୍ଟ ନେବେ।

ସେହିଭଳି ୨୧୦ଟି ଫ୍ଲାଇଂ ସ୍କ୍ୱାଡ୍ ଓ ୧୫୫ଟି ଷ୍ଟାଟିକ୍ ସର୍ଭେଲାନ୍ସ ଟିମ୍ ମଧ୍ୟ ମୁତୟନ କରାଯାଇଛି। ଆଜି ଭୋଟ ସରିବା ପରେ ୧୫ଟି ଷ୍ଟ୍ରଙ୍ଗ ରୁମ୍‌ରେ  EVMଗୁଡ଼ିକୁ ସୁରକ୍ଷିତ ରଖାଯିବ। 

2024 Election General Election Odisha Assembly Election 2024