Advertisment

କାଲି କଂଗ୍ରେସରେ ମିଶିବେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ

ବଳଭଦ୍ର ମାଝୀ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଦୁଇ ଥର ମନ୍ତ୍ରୀ ମଧ୍ୟ ହୋଇଥିଲେ।

Balabhadra Majhi

Balabhadra Majhi

Advertisment

ଦୁଇ ସପ୍ତାହ ତଳେ ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ଆସନ୍ତାକାଲି କଂଗ୍ରେସରେ ମିଶିବେ। ଭବାନୀପାଟଣାରେ କଂଗ୍ରେସର ମିଶ୍ରଣ ପର୍ବରେ ସେ ସାମିଲ ହୋଇ ଦଳରେ ମିଶିବେ। କଂଗ୍ରେସର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେବେ ବୋଲି ଜଣାପଡ଼ିଛି।

Advertisment

ଜାନୁଆରୀ ୮ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ ବଳଭଦ୍ର ମାଝୀ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଥିବା ଇସ୍ତଫା ପତ୍ରରେ ବଳଭଦ୍ର ମାଝୀ ଲେଖିଥିଲେ, ୧୯୯୭ରେ ଦଳ ଗଠନ ହେବା ପରଠାରୁ ଆପଣଙ୍କ ସହିତ କାମ କରିବାର ସୁଯୋଗ ଦେଇଥିବାରୁ ଆପଣଙ୍କୁ ବହୁତ ଧନ୍ୟବାଦ।

ବଳଭଦ୍ର ମାଝୀ ଇସ୍ତଫା ପତ୍ରରେ ତାଙ୍କର ଏହି ପଦକ୍ଷେପର କାରଣ ସଂପର୍କରେ କିଛି ଉଲ୍ଲେଖ କରି ନଥିଲେ। ତେବେ ଇସ୍ତଫା ଦେବା ପରେ ସେ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇଚ୍ଛା କରିଥିଲି। କିନ୍ତୁ ଭେଟିବାକୁ ଦିଆଗଲାନି। ଜଣେ କର୍ମଚାରୀଙ୍କ ମାଧ୍ୟମରେ ଭେଟିବାକୁ କୁହାଗଲା। ଉଦ୍ୟମ କରି ବି ଭେଟିପାରିଲି ନାହିଁ। ତେଣୁ ଇସ୍ତଫା ଦେଲି।

Advertisment

ବଳଭଦ୍ର କହିଥିଲେ, ବିଜୁ ଜନତା ଦଳରେ କୋଟେରୀ ଗ୍ରୁପ୍‌ ସକ୍ରିୟ ଅଛନ୍ତି। ପ୍ୟାରୀଙ୍କ ପାଖରେ ଯେଉଁ କୋଟେରୀ ଥିଲେ, ଏବେ ପାଣ୍ଡିଆନଙ୍କ ପାଖରେ ଅଛି। ସେହି କୋଟେରୀ ଥିବା ପର୍ଯ୍ୟନ୍ତ ମୋତେ କେବେ ବି ସୁଯୋଗ ମିଳିବନି।

ବଳଭଦ୍ର ମାଝୀ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଦୁଇ ଥର ମନ୍ତ୍ରୀ (ନବୀନ ପଟ୍ଟନାୟକଙ୍କ ପ୍ରଥମ ଓ ଦ୍ୱିତୀୟ ପାଳିରେ) ମଧ୍ୟ ହୋଇଥିଲେ। ସେ କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ଆସନରୁ ୪ ଥର ନିର୍ବାଚିତ ହୋଇଥିବା ବେଳେ ଲାଞ୍ଜିଗଡ଼ ଆସନରୁ ଥରେ ବିଜୟୀ ହୋଇଥିଲେ।

୧୯୯୦ ଓ ୧୯୯୫ରେ ବଳଭଦ୍ର ମାଝୀ ଜନତା ଦଳ ଟିକେଟରେ ନର୍ଲାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେଡି ଗଠନ ହେବା ପରେ ସେ ସେଥିରେ ମିଶିଥିଲେ। ୨୦୦୦ ଓ ୨୦୦୪ରେ ସେ ବିଜେଡି ଟିକେଟରେ ନର୍ଲା ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

୨୦୦୯ରେ ସେ ବିଜେଡି ଟିକେଟରେ ଲାଞ୍ଜିଗଡ଼ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ। ତେବେ ୨୦୧୪ ବିଜେଡି ପୁଣି ତାଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଥିଲା ଓ ସେ ବିଜୟୀ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ଦଳ ତାଙ୍କୁ ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ଦଳ ଲାଞ୍ଜିଗଡ଼ରେ ପ୍ରଦୀପ କୁମାର ଦିଶାରୀଙ୍କୁ ପ୍ରାର୍ଥୀ କରିଥିଲା।

BjD Congress Balabhadra Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe