ଆଶା ଛାଡ଼ି ନାହାନ୍ତି ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ। ପ୍ରାର୍ଥୀ ପରିବର୍ତ୍ତନ ପାଇଁ ବିଜେଡି ସୁପ୍ରିମୋଙ୍କ ଉପରେ ଚାପ ପକାଇବାକୁ ସମର୍ଥକଙ୍କୁ ଧରି କରୁଛନ୍ତି ବୈଠକ ପରେ ବୈଠକ। ସମୀର ଦାଶ ଲଗାତାର ଭାବେ ନିମାପଡ଼ାରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏଥର ଟିକଟ ମିଳିବ ବୋଲି ଭାବିଥିଲେ ଶ୍ରୀ ଦାଶ। ହେଲେ ବିଜେଡି ସୁପ୍ରିମୋ ତାଙ୍କୁ ଚକ୍ମା ଦେଇ ଦିଲୀପ ନାୟକଙ୍କୁ ପ୍ରାର୍ଥୀ କରିଥିଲା। ଯାହାକୁ ନେଇ ସମୀର ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆପ୍ ବିରୋଧରେ ବିଜେପି ଜାରି କଲା ‘ଚାର୍ଜଶିଟ୍’
କାର୍ଯ୍ୟକ୍ରମରେ ଆପ୍ ବିରୋଧରେ ବିଭିନ୍ନ ପ୍ରକାରର ସ୍ଲୋଗାନ ଥିବା ପୋଷ୍ଟର ଓ ବ୍ୟାନର ମଧ୍ୟ ଲଗାଇଯାଇଛି। ୧୦ ସାଲ ଦିଲ୍ଲୀ ବେହାଲ, ଦିଲ୍ଲୀ କା ଏକ୍ୟୁଆଇ ହୁଆ ୫୦୦ ପାର, ଯମୁନା ମେଁ ହେ ପଲ୍ୟୁସନ କି ବାହାର ଭଳି ଲେଖା ପ୍ରଦର୍ଶିତ କରାଯାଇଛି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।