କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା

ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Ganeshwara Behera

ଗଣେଶ୍ୱର ବେହେରା (ଫାଇଲ ଫଟୋ)

Jitendra Garnayak
  • Published: Tuesday, 02 April 2024
  • Updated: 02 April 2024, 11:09 AM IST

କଂଗ୍ରେସରୁ ଆଜି ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା। ସେ ତାଙ୍କ ଇସ୍ତଫାପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି।

ଶ୍ରୀ ବେହେରା ତାଙ୍କ ଇସ୍ତଫାପତ୍ରଟିକୁ ତାଙ୍କ ‘X’ରେ ଶେଆର କରିଛନ୍ତି। ସେଥିରେ ସେ ଲେଖିଛନ୍ତି, ମୁଁ କଂଗ୍ରେସର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି। କଂଗ୍ରେସ ଦଳ ମୋତେ ବିଧାୟକ ତଥା ବିଭିନ୍ନ କର୍ମକର୍ତ୍ତା ଭାବେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ କୃତଜ୍ଞତା ଜ୍ଞାପନ କରୁଛି।

କଂଗ୍ରେସରୁ ଇସ୍ତଫା ଦେବା ପରେ ଗଣେଶ୍ୱର ବେହେରା କହିଛନ୍ତି, ୨୪ ନିର୍ବାଚନ ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ। ଏ ନିର୍ବାଚନ ଜିତିବାକୁ ପଡ଼ିବ। ବିଧାନସଭା ଯିବା ଲକ୍ଷ୍ୟ ପୂରଣ ପାଇଁ ଏହି ନିଷ୍ପତ୍ତି ନେଇଛି। କଂଗ୍ରେସରେ ରହି ବିଧାନସଭା ଯିବା ନେଇ ଆଶଙ୍କା ସୃଷ୍ଟି ହେଲା। ସମସ୍ତଙ୍କ ପରାମର୍ଶ ଓ ବହୁ ଆଲୋଚନା ପରେ ଏହି ପଦକ୍ଷେପ ନେଲି। ଦଳ ଛାଡ଼ିଛି, ହେଲେ ପ୍ରସଙ୍ଗଠୁ ଦୂରେଇ ଯାଇନାହିଁ।

Also Read

ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୮୫ରୁ ୧୯୯୦ ଓ ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ ସେ ବିଧାନସଭାର ସଦସ୍ୟ ରହିଥିଲେ।

୨୦୦୦ ଓ ୨୦୦୪ରେ ସେ ପଟ୍ଟାମୁଣ୍ଡାଇରୁ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ। ୨୦୦୯, ୨୦୧୪ ଓ ୨୦୧୯ରେ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ବିଜେଡି ପ୍ରାର୍ଥୀଙ୍କଠାରୁ ପରାସ୍ତ ହୋଇଥିଲେ। 

ଗଣେଶ୍ୱର ବେହେରା ପିସିସି ମିଡିଆ ସେଲ୍ ଅଧ୍ୟକ୍ଷ ଥିଲେ। ଗତ ଜାନୁଆରୀ ମାସରେ ତାଙ୍କୁ ଏହି ପଦରୁ ହଟାଯାଇ ବିଶ୍ୱରଞ୍ଜନ ମହାନ୍ତିଙ୍କୁ ମିଡିଆ ସେଲ୍ ଅଧ୍ୟକ୍ଷ କରାଯାଇଥିଲା। ରାଜ୍ୟ କଂଗ୍ରେସର ପ୍ରଭାରୀ ନିଯୁକ୍ତ ହେବା ପରେ ଡାକ୍ତର ଅଜୟ କୁମାର ତାଙ୍କର ପ୍ରଥମ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟର ଖଣି ଦୁର୍ନୀତି ପ୍ରସଙ୍ଗରେ ଯେଉଁ ତଥ୍ୟ ରଖିଥିଲେ, ତାହା ଦଳର ପ୍ରେସ୍ ରିଲିଜ୍‌ରେ ସ୍ଥାନ ପାଇ ନଥିବାରୁ ଗଣେଶ୍ୱରଙ୍କ ଉପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା ବୋଲି ସେତେବେଳେ ଚର୍ଚ୍ଚା ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story