Advertisment

ବିଜେଡି ଛାଡ଼ିଥିବା ପୂର୍ବତନ ସାଂସଦ ପ୍ରଭାସ ସିଂହ ବିଜେପିରେ ମିଶିଲେ

୨୦୧୪ରେ ବିଜେଡି ଟିକେଟରେ ବରଗଡ଼ ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ ପ୍ରଭାସ ସିଂହ।

ଅଦ୍ୟତନ ହୋଇଛି
Prabhas Singh

Prabhas Singh

Advertisment

ସପ୍ତାହେ ତଳେ ବିଜେଡିରୁ ଇସ୍ତଫା ଦେଇଥିବା ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ କୁମାର ସିଂହ ଆଜି ବିଜେପିରେ ଯୋଗ ଦେଇଛନ୍ତି। ଦିଲ୍ଲୀ ସ୍ଥିତ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ କାର୍ଯ୍ୟକ୍ରମରେ ସେ ଦଳରେ ସାମିଲ ହୋଇଥିଲେ। 

Advertisment

ବିଜେପିରେ ଯୋଗ ଦେବା ପରେ ପ୍ରଭାସ ସିଂହ କହିଥିଲେ, ‍ବିଜେଡିରେ ଆଉ ଆତ୍ମସମ୍ମାନ ନାହିଁ। ତେଣୁ ବିଜେଡି ଛାଡ଼ିଲି। ଓଡ଼ିଶାକୁ ବିକାଶ ପଥରେ ଆଗେଇ ନେବାକୁ ଡବଲ ଇଞ୍ଜିନ ସରକାର ଆବଶ୍ୟକ। ସେଠାରେ ବିଜେପି ଶାସନ ଗାଦିକୁ ଆସିବା ଦରକାର। ଓଡ଼ିଶାରେ ପରିବର୍ତ୍ତନ ପବନ ବହିଲାଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତେ ସବୁ ଯୋଜନା କରିଛନ୍ତି, ସେଥିରୁ କିଛି ଏବେବି ସେଠାରେ ଲାଗୁ ହେବାକୁ ବାକି ଅଛି। 

୨୦୧୪ରେ ବିଜେଡି ଟିକେଟରେ ବରଗଡ଼ ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ ପ୍ରଭାସ ସିଂହ। ୨୦୧୯ରେ ମଧ୍ୟ ସେ ଟିକେଟ ଆଶାୟୀ ଥିଲେ। କିନ୍ତୁ ଦଳ ତାଙ୍କ ବଦଳରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ଉପରେ ଭରସା କରିଥିଲା। ତେବେ ପ୍ରସନ୍ନ ପରାସ୍ତ ହୋଇଥିଲେ। ଏଥର ଟିକେଟ ମିଳିବ ବୋଲି ଆଶା ରଖିଥିଲେ ପ୍ରଭାସ ସିଂହ। ହେଲେ ଦଳ ପରିଣୀତା ମିଶ୍ରଙ୍କୁ ଟିକେଟ ଦେଲା। ଏହା ପରେ ବିଜେଡିରୁ ଇସ୍ତଫା ଦେଇଥିଲେ ପ୍ରଭାସ ସିଂହ। ବିଜେଡିରେ ଆଉ ପୂର୍ବଭଳି ନୀତି, ଆଦର୍ଶ ନାହିଁ ବୋଲି ସେ କହିଥିଲେ।

Advertisment

ସୂଚନାଯୋଗ୍ୟ, ବରଗଡ଼ ଲୋକସଭା ଆସନ ପାଇଁ ବିଜେପି ତା’ର ପ୍ରାର୍ଥୀ ଘୋଷଣା କରିସାରିଛି। ଦଳ ଏଠାରୁ ପୂର୍ବତନ ପଦ୍ମପୁର ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ଗତଥର ଏହି ଆସନରୁ ଦଳ ସୁରେଶ ପୂଜାରୀଙ୍କୁ ଟିକେଟ ଦେଇଥିଲା ଓ ସେ ବିଜୟୀ ହୋଇଥିଲେ। ସୁରେଶ ଏଥର ବ୍ରଜାରଜନଗରରୁ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ହୋଇଛନ୍ତି।   

BjD Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe