Advertisment

ମେ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ; ୨୮ ବିଧାନସଭା ଆସନ ପାଇଁ ୨୬୬ ପ୍ରାର୍ଥୀ

ରାଜ୍ୟରେ ମେ ୧୩ରେ ହେବ ପ୍ରଥମ ପର୍ଯ୍ୟାୟ ଭୋଟ । ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା କ୍ଷେତ୍ର ଓ ଏହା ଅଧିନ ସମସ୍ତ ୨୮ ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ ।

Vote

Vote

Advertisment

ରାଜ୍ୟରେ ମେ ୧୩ରେ ହେବ ପ୍ରଥମ ପର୍ଯ୍ୟାୟ ଭୋଟ । ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା କ୍ଷେତ୍ର ଓ ଏହା ଅଧିନ ସମସ୍ତ ୨୮ ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ । ତେବେ ୪ ଲୋକସଭା କ୍ଷେତ୍ର ପାଇଁ ୩୯ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Advertisment

କଳାହାଣ୍ଡି ଲୋକସଭା କ୍ଷେତ୍ର ପାଇଁ ୧୧ ପ୍ରାର୍ଥୀ, ନବରଙ୍ଗପୁର ଲୋକସଭା ଆସନ ପାଇଁ ୪ ଜଣ ପ୍ରାର୍ଥୀ, ବ୍ରହ୍ମପୁର ଲୋକସଭା ଆସନ ପାଇଁ ୧୧ ପ୍ରାର୍ଥୀ ଓ କୋରାପୁଟ ଲୋକସଭା କ୍ଷେତ୍ର ପାଇଁ ୧୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ତେବେ ଏହି ୪ ଲୋକସଭା କ୍ଷେତ୍ରରେ ୨୮ ବିଧାନସଭା ଆସନ ପାଇଁ ୨୬୬ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ବ୍ରହ୍ମପୁର ବିଧାନସଭା କ୍ଷେତ୍ର ପାଇଁ ସର୍ବାଧିକ ୨୦ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

Advertisment

ଏହାପରେ ଆସନ୍ତା ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ ଥିବା ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ବରଗଡ଼ର ପଦ୍ମପୁରରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏ ଭୋଟ ଗ୍ରହଣ ହେବ।

Election Odisha Voters
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe